Posted inଖେଳ

ଭାରତ ନେବ ୨୦୦୩ର ପ୍ରତିଶୋଧ…

ଜେରୁଜେଲମ,୧୯।୧୧ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ ୨୦୨୩ର ଫାଇନାଲ ୧୯ ନଭେମ୍ବରରେ ଅହମଦାବାଦରେ ଖେଳାଯିବ। ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିବାରେ ଭାରତୀୟ ଦଳ ସଫଳ ହୋଇଥିବାବେଳେ ଦ୍ୱିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଦ୍ୱିତୀୟ ଥର ପାଇଁ ବିଶ୍ୱକପ ଫାଇନାଲରେ ଭାରତ ଏବଂ ଅଷ୍ଟ୍ରେଲିଆର ଦଳ ମୁହାଁମୁହିଁ ହେବେ। ଶେଷ ଥର ପାଇଁ ଭାରତ ଏବଂ ଅଷ୍ଟ୍ରେଲିଆ ବିଶ୍ୱକପ ଫାଇନାଲରେ ୨୦୦୩ ରେ ଭେଟିଥିଲେ, ଯେଉଁଥିରେ ଅଷ୍ଟ୍ରେଲିଆ ଦଳ ଜିତିଥିଲା।

ବିଶ୍ୱକପ ଫାଇନାଲରେ ଏହା ଭାରତର ଚତୁର୍ଥ ପ୍ରଦର୍ଶନ। ୧୯୮୩ ଏବଂ ୨୦୧୧ ରେ ଭାରତ ଟାଇଟଲ ଜିତିଥିଲା, କିନ୍ତୁ ୨୦୦୩ ରେ ଦକ୍ଷିଣ ଆଫ୍ରିକାରେ ୧୨୫ ରନରେ ଅଷ୍ଟ୍ରେଲିଆଠାରୁ ପ୍ରରାସ୍ତ ହୋଇଥିଲା । ଏବେ ଭାରତ ତୃତୀୟ ଟାଇଟଲ ହାସଲ ପାଇଁ ଜୋହାନ୍ସବର୍ଗରେ ଅଷ୍ଟ୍ରେଲୀୟ ଦଳକୁ ସେହି ପରାଜୟର ପ୍ରତିଶୋଧ ନେବା ଲାଗି ସଂକଳ୍ପବଦ୍ଧ ।

୨୦୦୩ ଫାଇନାଲରେ ରିକି ପଣ୍ଟିଙ୍ଗଙ୍କ ୧୨୧ ବଲରୁ ଅପରାଜିତ ୧୪୦ ରନ ସହାୟତାରେ ଅଷ୍ଟ୍ରେଲିଆ ଦଳର ସ୍କୋର ୩୫୯/୨ରେ ପହଞ୍ଚାଇଥିଲେ। ହରଭଜନ ସିଂ ଉଭୟ ୱିକେଟ ନେଇଥିଲେ। ବିରେନ୍ଦର ସେହ୍ବାଗ ୮୧ ବଲରୁ ରୁ ୮୨ ରନ ଏବଂ ରାହୁଲ ଦ୍ରାବିଡ ୫୭ ବଲରୁ ୪୭ ରନ ସଂଗ୍ରହ କରିଥିଲେ। ପ୍ରକାଶ ଥାଉକି, ଗ୍ଲେନ ମ୍ୟାଗଗ୍ରାଥ ଏବଂ ବ୍ରେଟ ଲିଙ୍କ ଭଳି ବୋଲରଙ୍କ ଦକ୍ଷତା ବିରୋଧରେ ଭାରତ ସଂଘର୍ଷ କରିଥିଲା। ଭାରତ ୨୩୪ ରନରେ ଅଲଆଉଟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ନେଇ ଏମିତି କହିଦେଲା ଚାଇନା: ବିଶ୍ୱରେ ଖେଳିଗଲା ଚାଞ୍ଚଲ୍ୟ, ଆମେରିକା….

ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି

ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍‌ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri