Posted inଜାତୀୟ

କୋଭିଡ୍‌ ଯୋଦ୍ଧାଙ୍କୁ ଇନ୍ଦିରା ଗାନ୍ଧୀ ଶାନ୍ତି ପୁରସ୍କାର

ନୂଆଦିଲ୍ଲୀ,୨୦ା୧୧(ପି.ଟି.): ଶାନ୍ତି, ନିରସ୍ତ୍ରୀକରଣ ଏବଂ ବିକାଶ ପାଇଁ ୨୦୨୨ର ଇନ୍ଦିରା ଗାନ୍ଧୀ ପୁରସ୍କାର ରବିବାର ମିଳିତ ଭାବେ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ ଏବଂ ଭାରତର ତାଲିମ୍‌ପ୍ରାପ୍ତ ନର୍ସ ସଂଘକୁ ପ୍ରଦାନ କରାଯାଇଛି। ସେମାନେ ଦେଶର କୋଭିଡ୍‌ ଯୋଦ୍ଧାର ପ୍ରତିନିଧିତ୍ୱ କରିଛନ୍ତି। ପୂର୍ବତନ ଉପରାଷ୍ଟ୍ରପତି ଏମ୍‌ ହମିଦ୍‌ ଅନ୍‌ସାରୀ ଇଣ୍ଡିଆନ୍‌ ମେଡିକାଲ ଆସୋସିଏଶନ୍‌ର ଅଧ୍ୟକ୍ଷ ଶରଦ କୁମାର ଅଗ୍ରଓ୍ବାଲ ଏବଂ ଟ୍ରେନ୍‌୍‌ଡ ନର୍ସେସ୍‌ ଆସୋସିଏଶନ ଅଫ୍‌ ଇଣ୍ଡିଆର ଅଧ୍ୟକ୍ଷା ରୟ କେ. ଜର୍ଜଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ମହାମାରୀ ସମୟରେ ନିଃସ୍ବାର୍ଥପର ତଥା ଉତ୍ସର୍ଗୀକୃତ ଭାବେ ସେବା କରିଥିବା ପ୍ରତ୍ୟେକ ଡାକ୍ତର, ନର୍ସ, ପାରାମେଡିକ୍‌ କର୍ମଚାରୀ ଓ କର୍ମୀମାନଙ୍କ ପାଇଁ ଏହି ପୁରସ୍କାର ଉଦ୍ଦିଷ୍ଟ ବୋଲି ଇନ୍ଦିରା ଗାନ୍ଧୀ ମେମୋରିଆଲ୍‌ ଟ୍ରଷ୍ଟର ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏହି ଅବସରରେ ଉଦ୍‌ବୋଧନ ଦେଇ କହିଛନ୍ତି। ବିଂଶ ଶତାବ୍ଦୀର ସବୁଠୁ ଉଲ୍ଲେଖନୀୟ ନେତ୍ରୀ ଇନ୍ଦିରାଙ୍କ ନାମରେ ଏହି ପୁରସ୍କାର ସ୍ଥାପନ କରାଯାଇଥିଲା। ମାନବୀୟ ସେବା ଏବଂ ପୃଥିବୀ ପାଇଁ ଦୃଷ୍ଟାନ୍ତମୂଳକ କାର୍ଯ୍ୟ କରିଥିବା ମହିଳା, ପୁରୁଏ ଓ ଅନୁଷ୍ଠାନକୁ ସମ୍ମାନିତ କରିବା ଉକ୍ତ ପୁରସ୍କାରର ଲକ୍ଷ୍ୟ ବୋଲି ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri