ଆଜି ଟ୍ରେନ୍‌ ଯାତ୍ରା କରିବେ ରାଷ୍ଟ୍ରପତି

ରାଇରଙ୍ଗପୁର,୨୧ା୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବାରିପଦା ଓ କୁଳିଅଣାଠାରେ କାର୍ଯ୍ୟକ୍ରମ ସାରି ସୋମବାର ଅପରାହ୍ନ ୪ଟା୩୦ରେ ଜନ୍ମଭୂମି ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଇରଙ୍ଗପୁରର ଦାଣ୍ଡବୋଷ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଆସିଥିଲେ। ସେଠାରେ ରାଜ୍ୟ ମହିଳା, ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ଜିଲା ପ୍ରଶାସନ ଏବଂ ପୋଲିସ ବିଭାଗର ଉଚ୍ଚ ଅଧିକାରୀମାନେ ଉପସ୍ଥିତ ଥିଲେ। ସେଠାରୁ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଯାଇ ସନ୍ଧ୍ୟାରେ ରାଇରଙ୍ଗପୁର ସହରର କେତେଜଣ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଆଲୋଚନା କରିଥିଲେ। ପରେ ନିଜ ବାସଭବନକୁ ଆସି ଅବସ୍ଥାନ କରିଥିଲେ। ମଙ୍ଗଳବାର ରାଷ୍ଟ୍ରପତି କୁସୁମୀ ବ୍ଲକ ଅନ୍ତର୍ଗତ ପାହାଡ଼ପୁର ଗସ୍ତ କରି ଏସ୍‌.ଏଲ୍‌.ଏସ୍‌. ଆବାସିକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମ ଏବଂ ଏଲ୍‌ଆଣ୍ଡ୍‌ଟି କମ୍ପାନୀ ଦ୍ୱାରା ନବନିର୍ମିତ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବେ। ଏଥିସହ ବାଦାମପାହାଡ଼ ରେଳ ଷ୍ଟେଶନରେ ନୂତନ ବାଦାମ ପାହାଡ଼- ସାଲିମାର, ବାଦାମ ପାହାଡ଼- ରାଉରକେଲା ଦ୍ରୁତଗାମୀ ଟ୍ରେନ ଏବଂ ବାଦାମ ପାହାଡ଼- ଟାଟାନଗର ମେମୋ ଟ୍ରେନ ସମେତ ୩ଟି ଟ୍ରେନ ଚଳାଚଳର ଶୁଭ ଉଦ୍‌ଘାଟନ କରିବେ। ବାଦାମପାହାଡ଼ରୁ ଟ୍ରେନ୍‌ ଯୋଗେ ରାଇରଙ୍ଗପୁର ଫେରିବେ। ରାଷ୍ଟ୍ରପତିଙ୍କ ସହ ୨୦୦ଜଣ ଛାତ୍ରୀଛାତ୍ର ଟ୍ରେନରେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri