ଡିସେମ୍ବର ୨୬ରେ ପ୍ରତାପ ଜେନାଙ୍କ ପରବର୍ତ୍ତୀ ଶୁଣାଣି

ନିଶ୍ଚିନ୍ତକୋଇଲି,୨୧।୧୧ (ଅଶୋକ କୁମାର ମହାପାତ୍ର):ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାରେ ହାଇକୋର୍ଟ ହସ୍ତକ୍ଷେପ କରିବା ପରେ ସାଲେପୁର ଜେଏମ୍‌ଏଫ୍‌ସି(ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ) ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କ ଶୁଣାଣି ଘୁଞ୍ଚାଇ ଦେଇଛନ୍ତି। ଡିସେମ୍ବର ୨୬ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ଗତ ୧୮ ତାରିଖରେ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ ବ୍ୟକ୍ତିଗତ ହାଜିରାରୁ ବାଦ୍‌ ଦେବା ପାଇଁ ସିଆର୍‌ପିସି ୨୦୫ ଓ ପ୍ରତିପକ୍ଷଙ୍କ ପକ୍ଷରୁ ୨୧୦ ପିଟିଶନ ଆଧାରରେ ମୂଳ କେଶ ସହ ତାଙ୍କ ନାମ ଯୋଡ଼ିବାକୁ ଆବେଦନ କରାଯାଇଥିଲା। ଏନେଇ ହାଇକୋର୍ଟରେ ମାମଲା ବିଚାରାଧୀନ ଥିବାରୁ ଉଭୟ ପିଟିଶନର ଶୁଣାଣି ପାଇଁ ପ୍ରତାପଙ୍କ ଓକିଲ ଜେଏମ୍‌ଏଫ୍‌ସିଙ୍କୁ ଅଧିକ ସମୟ ମାଗିଥିଲେ। ଏହାପରେ ଉଭୟ ପକ୍ଷ ଓକିଲଙ୍କ ଆବେଦନକୁ ଆଧାର କରି କୋର୍ଟ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ପୂର୍ବରୁ ପ୍ରତାପଙ୍କ ନାମରେ ହତ୍ୟା, ଷଡଯନ୍ତ୍ର, ଧମକ ଦେବା ଭଳି ଦଫାରେ ମାମଲା ଚାଲୁ ରଖିବା ପାଇଁ କୋର୍ଟ ଆଦେଶ ଦେଇଛନ୍ତି। ପ୍ରତାପ ବିଧାୟକ ହୋଇଥିବାରୁ ଏହି ମାମଲା ଭୁବନେଶ୍ୱର ଆଡିସିନାଲ ଡିଷ୍ଟ୍ରିକ ସେକ୍ସନ ଜଜ୍‌ କମ୍‌ ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ମାହାଙ୍ଗା ଥାନା ଅଧୀନ ନୃତାଙ୍ଗ ପଞ୍ଚାୟତର ଭାଜପା ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ୨୦୨୧ ଜାନୁୟାରୀ ୨ରେ ହତ୍ୟା କରାଯାଇଥିଲା। ଉକ୍ତ ଘଟଣାରେ ମାହାଙ୍ଗା ବିଧାୟକ ତଥା ତକତ୍ାଳୀନ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି ଥିବା ନେଇ ଅଭିଯୋଗ ହୋଇଥିଲା। ଏପରିକି ପୋଲିସ ରୁଜୁ କରିଥିବା ମାମଲାରେ ତାଙ୍କ ନାମ ଅଭିଯୁକ୍ତ ତାଲିକାର ୧୩ ନମ୍ବରରେ ଥିଲା। ମାତ୍ର ପରବର୍ତ୍ତୀ ସମୟରେ ପ୍ରତାପଙ୍କ ନାମ ପୋଲିସ ଚାର୍ଜଶିଟରୁ କାଟି ଦେଇଥିଲା। ଏହାକୁ ବିରୋଧ କରି ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟରେ ୨୧୭/୨୧ରେ ଏକ ପ୍ରୋଟେଷ୍ଟ ପିଟିଶନ ଦାଖଲ କରିଥିଲେ। ଏହି ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ପ୍ରଦାନ କରିବାକୁ ମାହାଙ୍ଗା ଥାନା ଅଧିକାରୀଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏପରିକି ଘଟଣାରେ ଜଡ଼ିତ ପ୍ରତାପଙ୍କ ପିଏ ଉମାକାନ୍ତ ବିଶ୍ୱାଳ(ବାପି), ତତ୍କାଳିନ ମାହାଙ୍ଗା ବ୍ଲକ ଅଧ୍ୟକ୍ଷ ଶରତ ଚନ୍ଦ୍ର ନାୟକ ଓ ଘଟଣାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ମୃତ ପ୍ରଫୁଲ୍ଲ ବିଶ୍ୱାଳଙ୍କ କଲ ଡିଟେଲ ରେକର୍ଡ ଦାଖଲ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ପୋଲିସ ବାରମ୍ବାର ସମୟ ଗଡ଼ାଇ ବିଳମ୍ବ କରିବାରୁ କୋର୍ଟ ଭର୍ତ୍ସନା କରିଥିଲେ। ଶେଷରେ ଚାର୍ଜଶିଟ, କଲ ରେକର୍ଡ ସମେତ ମାମଲାର ଦସ୍ତାବିଜ କୋର୍ଟରେ ପୋଲିସ ଦାଖଲ କରିଥିଲା। ଇତିମଧ୍ୟରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ମୃତ୍ୟୁ ହେବା ପରେ ତାଙ୍କ ଭାଇ ରଞ୍ଜିତ କୁମାର ବରାଳ ପୁନର୍ବାର ରିଭ୍ୟୁ ପିଟିଶନ ଦାଖଲ କରିଥିଲେ। ସମସ୍ତ ସାକ୍ଷ୍ୟ, ପ୍ରମାଣ ଓ ମାମଲାର ପାରିପାର୍ଶ୍ୱିକ ଅବସ୍ଥାକୁ ଆଖି ଆଗରେ ରଖି ସାଲେପୁର ଜେଏମ୍‌ଏଫ୍‌ସି କୋର୍ଟ ୧୫।୯।୨୦୨୩ରେ ବିଧାୟକ ପ୍ରତାପ ଜେନାଙ୍କ ନାମରେ ମାମଲା ଚାଲୁ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri