ସମ୍ବଲପୁର-ବନାରସ ଟ୍ରେନ୍‌ ବିଶାଖାପାଟଣାକୁ ସମ୍ପ୍ରସାରିତ

ସମ୍ବଲପୁର,୨୧ା୧୧(ପ୍ରମୋଦ ବହିଦାର):କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ସନ୍ଧ୍ୟାରେ ସମ୍ବଲପୁର ରେଳ ଷ୍ଟେଶନରୁ ବିଶାଖାପାଟଣା ପର୍ଯ୍ୟନ୍ତ ବନାରସ-ସମ୍ବଲପୁର-ବନାରସ ଦ୍ୱି-ସାପ୍ତାହିକ ଟ୍ରେନ୍‌ର ସମ୍ପ୍ରସାରଣକୁ ସବୁଜ ପତାକା ଦେଖାଇ ଉଦ୍‌ଘାଟନ କରିଛନ୍ତି। ପରେ ପୁଷ୍ପରେ ସୁସଜ୍ଜିତ ଏହି ଟ୍ରେନ୍‌ଟି ଏକ ସ୍ବତନ୍ତ୍ର ଟ୍ରେନ୍‌ ଭାବେ ସମ୍ବଲପୁରରୁ ବିଶାଖାପାଟଣା ଯାତ୍ରା କରଛି। ତେବେ ନଭେମ୍ବର ୨୨ ଓ ୨୩ ତାରିଖରୁ ଯଥାକ୍ରମେ ବିଶାଖାପାଟଣା ଓ ବନାରସ୍‌ରୁ ନିୟମିତ ଯାତ୍ରା ଆରମ୍ଭ କରିବ। ପୂର୍ବରୁ ଏହି ଟ୍ରେନ୍‌ ୮୯୫ କିଲୋମିଟର ଦୂରତା ଅତିକ୍ରମ କରୁଥିବା ବେଳେ ବିଶାଖାପାଟଣାକୁ ସମ୍ପ୍ରସାରଣ ହେଲା ପରେ ଦୂରତା ୧୪୦୦ କିଲୋମିଟରକୁ ବୃ୍‌ଦ୍ଧି ପାଇଛି। ଏହ ଟ୍ରେନ୍‌କୁ ବରଗଡ଼ ରେଳ ଷ୍ଟେଶନରେ ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ବଲାଙ୍ଗୀର ରେଳ ଷ୍ଟେଶନରେ ଏମ୍‌ପି ସଙ୍ଗିତା କୁମାରୀ ସିଂଦେଓ, ରାଜ୍ୟ ସଭା ସଦସ୍ୟ ନିରଞ୍ଜନ ବିଶି ଓ କେସିଙ୍ଗା ରେଳଷ୍ଟେଶନରେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ସ୍ବାଗତ କରିଥିଲେ। ଏହି ଅବସରରେ ସେମାନେ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟରେ ରେଳର ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପକୁ ଭୂୟସୀ ପ୍ରଶଂସା କରିଥିଲେ।
ଏହା ପୂର୍ବରୁ ସମ୍ବଲପୁର ରେଳ ଷ୍ଟେଶନରେ ଆୟୋଜିତ ସମାରୋହରେ ଅତିଥିଭାବେ ଯୋଗଦେଇ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନୀ ବୈଷ୍ଣବ ଏହି ଦ୍ୱି-ସାପ୍ତାହିକ ଟ୍ରେନ୍‌ ବିଶାଖାପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବା ଦ୍ୱାରା ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାବାସୀଙ୍କ ମଧ୍ୟରେ ଯୋଗାଯୋଗର ଏକ ଯୁଗାନ୍ତ ପରିବର୍ତ୍ତନ ହୋଇପାରିବ। ଏହା ସହିତ ଉଭୟ ପ୍ରାନ୍ତର ଅଧିବାସୀଙ୍କ ପାଇଁ ବ୍ୟବସାୟ, ଶିକ୍ଷା, ଚିକିତ୍ସା ଆଦି କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି ହୋଇପାରିବ ବୋଲି ଉଭୟ ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ତାଙ୍କ ବକ୍ତବ୍ୟରେ କହିଥିଲେ, ୨୦୧୪ରୁ ଓଡ଼ିଶାକୁ ସ୍ବତନ୍ତ୍ର ଭାବେ ଗୁରୁତ୍ୱ ଦିଆଯାଇଆସୁଛି। ସମ୍ପ୍ରତି ଓଡ଼ିଶାରେ ରେଳର ବିକାଶ ପାଇଁ ୧୦ ହଜାର କୋଟି ଟଙ୍କାର ଅନୁଦାନ ରାଶି ପ୍ରଦାନ କରାଯାଇଛି। ଏଥିରେ ସମ୍ବଲପୁର ସହିତ ରାଜ୍ୟର ୫୭ଟି ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ରେଳଷ୍ଟେଶନରେ ପରିଣତ କରାଯିବାକୁ ନିଷ୍ପତ୍ତି ହୋଇଛି। ସେଥିମଧ୍ୟରୁ ପଶ୍ଚିମ ଓଡ଼ିଶାର ୨୦ଟି ରେଳଷ୍ଟେଶନ ଅନ୍ତର୍ଭୁକ୍ତ। ସମ୍ବଲପୁର ରେଳ ଷ୍ଟେଶନର ବିକାଶ ତଥା ଆଧୁନିକୀକରଣ ପାଇଁ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି ବୋଲି ସେ ସୂଚନା ଦେଇଛନ୍ତି। ଏହି ଟ୍ରେନ୍‌ ରବିବାର ଓ ବୁଧବାର ବିଶାଖାପାଟଣାରୁ ଏବଂ ସୋମବାର ଓ ଗୁରୁବାର ବନାରସରୁ ଛାଡ଼ିବ। ତେବେ ସମ୍ବଲପୁର ସମୟ ସାରିଣୀରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଉଦ୍‌ଘାଟନୀ ସମାରୋହରେ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ବିନୀତ ସିଂ, ଅତିରିକ୍ତ ପ୍ରବନ୍ଧକ ଶରତ ଶ୍ରୀବାସ୍ତବ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ରେଙ୍ଗାଲି ବିଧାୟକ ନାଉରୀ ନାଏକ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଅନ୍ୟାନ୍ୟ ଅଧିକାରୀଗଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri