ଆକାଶରେ ଉଡିଲା ସ୍କୁଟି, ତାପରେ ଯାହା ହେଲା, ଦେଖନ୍ତୁ ଭିଡିଓ…

ମୁମ୍ବାଇ,୨୩।୧୧ : ସ୍କୁଟର, ବାଇକ ଏବଂ କାର୍‌ ରାସ୍ତାରେ ଯାଉଥିବାର ଆମେ ଦେଖୁଛେ, କିନ୍ତୁ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଝିଅ ନିଜ ସ୍କୁଟିକୁ ଆକାଶରେ ଉଡାଉଛନ୍ତି। ଏହି ଭିଡିଓ ଦେଖିବା ପରେ ୟୁଜର ହତବାକ୍‌ ହୋଇପଡିଛନ୍ତି।ଜଣେ ହୁଜର ସୋସିଆଲ ମିଡିଆ ଏକ୍ସରେ ଏକ ମଜାଦାର ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ଦେଖାଯାଉଛି ଜଣେ ଝିଅ ନିଜ ସ୍କୁଟି କୁ ରାସ୍ତାରେ ଚଳାଇବା ପରିବର୍ତ୍ତେ ଆକାଶରେ ଉଡ଼ାଇବା ଆରମ୍ଭ କରୁଛନ୍ତି। ଏହି ଭିଡିଓ ସାମ୍ନାକୁ ଆସିବା ପରେ ୟୁଜରମାନେ ଏକ ମଜାଳିଆ ଢଙ୍ଗରେ ପ୍ରତିକ୍ରିୟା ଦେବା ଆରମ୍ଭ କରିଛନ୍ତି। ଭିଡିଓ ଉପରେ ପ୍ରତିକ୍ରିୟା ପ୍ରକାଶ କରିବାବେଳେ ଜଣେ ୟୁଜର ଏପରିକି ଲେଖିଛନ୍ତି ଆଜି ସେ ପାପାଙ୍କ ପରୀଙ୍କୁ ମଧ୍ୟ ଆକାଶରେ ଉଡୁଥିବାର ଦେଖିଛନ୍ତି।

ଏକ୍ସ ୟୁଜର @Ronak_choudhry ଏହି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ଏହା ଦେଖିବାକୁ ମିଳୁଛି ଜଣେ ଝିଅ ନିଜ ସ୍କୁଟି ସହିତ ରାସ୍ତାରେ ଠିଆ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଛନ୍ତି। ଏହି ଭିଡିଓର ସବୁଠାରୁ ମଜାଦାର କଥା ହେଉଛି ଝିଅ ଜଣକ ନିଜ ସ୍କୁଟିର ହ୍ୟାଣ୍ଡେଲ ଛାଡି ସାମ୍ନାରେ ଠିଆ ହୋଇଥିବା ବ୍ୟକ୍ତିଙ୍କୁ ଧକ୍କା ଦେଉଛନ୍ତି।
ବାସ୍ତବରେ, ଯେଉଁ ଭିଡିଓ ସାମ୍ନାକୁ ଆସିଛି ଦେଖିବା ପରେ ଲାଗୁଛି ଝିଅ ଜଣକ ନିଜ ସ୍କୁଟିରେ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ତେଣୁ ସେ ସ୍କୁଟିରେ ବସି ସୁଇଚ ଅନ କରୁଛନ୍ତି । ଏହାପରେ ଆକ୍ସଲେଟରକୁ ଜୋରରେ ମୋଡି ଦେଇଛନ୍ତି। ଯେଉଁଥିପାଇଁ ସ୍କୁଟିଟି ଆକାଶରେ ଉଡି ଏବଂ କିଛି ଦୂରରେ ଠିଆ ହୋଇଥିବା ବ୍ୟକ୍ତିଙ୍କୁ ଧକ୍କା ଦେଉଛି। ଏହା ସହିୀତ ଝିଅ ଜଣକ ମଧ୍ୟ ତଳେ ପଡ଼ିଯାଉଛନ୍ତି।
ଜଣେ ୟୁଜର ଲେଖିଛନ୍ତି ତୁମେ ସ୍କୁଟି ଚଳାଇବା ସମୟରେ ଭଗବାନ ତୁମର ଆଖପାଖର ଲୋକଙ୍କୁ ରକ୍ଷା କରନ୍ତୁ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri