ଭୋଟର ତାଲିକାରୁ ୮୦,୦୩୦ ବାଦ୍‌ ପଡ଼ିଲେ

ଭୁବନେଶ୍ୱର, ୨୪।୧୧(ସୁନିତ୍‌ ମିଶ୍ର): ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଆରମ୍ଭଠାରୁ ଗତ ୨୧ ତାରିଖ ପର୍ଯ୍ୟନ୍ତ ଭୋଟର ତାଲିକାରେ ଯୋଗହୋଇଥିବା ଓ ବାଦ୍‌ ପଡ଼ିଥିବା ଭୋଟରଙ୍କ ଜିଲାୱାରି ତଥ୍ୟ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରଦାନ କରାଯାଇଛି। ବରଗଡ଼ ଜିଲା ଭୋଟର ତାଲିକାରେ ୧୨,୭୦୧ ଜଣ ଭୋଟର ଯୋଗ ହୋଇଥିବାବେଳେ ୬୨୫୧ ଜଣ ଏଥିରୁ ବାଦ୍‌ ପଡ଼ିଛନ୍ତି। ସେହିପରି ଝାରସୁଗୁଡ଼ା ଜିଲାରେ ୫୧୬୦ ଜଣ ଯୋଗ ହୋଇଥିବା ବେଳେ ୪୬୨ ଜଣ ବାଦ୍‌ ପଡିଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲାରେ ୧୪୧୩୩ ଜଣ ଯୋଗ ଓ ୨୪୬୭ ଜଣ ବାଦ୍‌, ସମ୍ବଲପୁରରେ ୪୫୩୩ ଜଣ ଯୋଗ ଓ ୧୨୪୯ ଜଣ ବାଦ୍‌, ଦେବଗଡ଼ରେ ୧୬୬୨ ଜଣ ଯୋଗ ଓ ୩୩୯ ଜଣ ବାଦ୍‌, କେନ୍ଦୁଝରରେ ୧୦୨୪୮ ଜଣ ଯୋଗ ଓ ୨୩୧୯ ଜଣ ବାଦ୍‌, ମୟୂରଭଞ୍ଜରେ ୧୩୫୯୬ ଜଣ ଯୋଗ ଓ ୧୩୮୮ ଜଣ ବାଦ୍‌, ବାଲେଶ୍ୱରରେ ୧୪୭୫୯ ଜଣ ଯୋଗ ଓ ୪୯୭୩ ଜଣ ବାଦ୍‌, ଭଦ୍ରକରେ ୧୧୫୬୬ ଜଣ ଯୋଗ ଓ ୬୬୯୭ ଜଣ ବାଦ୍‌, ଯାଜପୁରରେ ୮୩୪୨ ଜଣ ଯୋଗ ଓ ୨୨୦୯୧ ଜଣ ବାଦ୍‌, ଢେଙ୍କାନାଳରେ ୮୨୪୫ ଜଣ ଯୋଗ ଓ ୩୨୯ ଜଣ ବାଦ୍‌ ପଡ଼ିଛନ୍ତି। ଏହିପରି ମୋଟ୍‌ ୩୦୧୧୧୫ ଜଣ ଭୋଟର ତାଲିକାରେ ଯୋଗ ଦେଇଥିବାବେଳେ ମୋଟ୍‌ ୮୦,୦୩୦ ଜଣ ଭୋଟର ତାଲିକାରୁ ବାଦ୍‌ ପଡ଼ିଥିବା ମୁଖ୍ୟ ନିର୍ବାଚନ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ କରାଯାଇଛି। ଏ ସମ୍ପର୍କରେ ସବିଶେଷ ସୂଚନା ସମ୍ପୃକ୍ତ ଜିଲାର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଲବ୍ଧ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri