ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ସୋନୁ ସୁଦ୍‌

ଭୁବନେଶ୍ୱର,୨୪ା୧୧: ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସଚେତନତା କରିବା ପାଇଁ ଶୁକ୍ରବାର ରେଳ ଅଡିଟୋରିୟମ୍‌ଠାରେ ‘ଧରିତ୍ରୀ’ ପକ୍ଷରୁ ‘ୟୁଥ୍‌ କନ୍‌କ୍ଲେଭ୍‌’ର ତୃତୀୟ ସଂସ୍କରଣ ଆରମ୍ଭ ହୋଇଛି। ‘ଧରିତ୍ରୀ’ର ୫୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଏହି ୟୁଥ୍‌ କନ୍‌କ୍ଲେଭ୍‌ ପ୍ରଥମ ଅଧିବେଶନରେ ମୁଖ୍ୟ ଆକର୍ଷଣ ସାଜିଛନ୍ତି ଅଭିନେତା ତଥା ୟୁଥ୍‌ ଆଇକନ ସୋନୁ ସୁଦ୍‌। ସୋନୁ ଜୟ ଜଗନ୍ନାଥରୁ ତାଙ୍କର ଅଭିଭାଷଣ ଆରମ୍ଭ କରିଛନ୍ତି। ସେ ତାଙ୍କର ପିଲାଦିନ କଥା କହିବା ସହ ତାଙ୍କ ମା’ ଦିନେ ତାଙ୍କୁ କହିଥିଲେ ତୁ ହାତ ମୁଠା ଖୋଲା କର ତୁ ବି ଅନ୍ୟମାନଙ୍କ ଅନ୍ୟମାନଙ୍କ ଜୀବନ ବଞ୍ଚାଇ ସେମାନଙ୍କ ମୁହଁରେ ହସ ଫୁଟାଇପାରିବୁ।  ମା’ଙ୍କ ଏହି କଥା ମୋ’ ଜୀବନକୁ ବଦଳାଇ ଦେଇଛି ବୋଲି ସୋନୁ କହିଛନ୍ତି। ଅନ୍ୟପକ୍ଷରେ ଜଳବାୟୁ ପରିବର୍ତ୍ତନକୁ ନେଇ ନିଜ ମତ ରଖିଛନ୍ତି ସୋନୁ। ସେ କହିଛନ୍ତି, ପୃଥିବୀର ସୁରକ୍ଷା କଥା ଚିନ୍ତା କରିବା ଆମ ସମସ୍ତଙ୍କର କର୍ତ୍ତବ୍ୟ। ଏନେଇ ସମସ୍ତେ ସଚେତନ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷ ଅଫିସର ପାଇବେ ବଡ଼ ବିଭାଗ, ଆହୁଜାଙ୍କୁ ନୂଆ ଦାୟିତ୍ୱ ମିଳିବ ନା ନାହିଁ ଚର୍ଚ୍ଚାରେ

ଭୁବନେଶ୍ୱର, ୨୫।୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଉନ୍ନୟନ କମିଶନର ତଥା ୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର୍‌ ଅନୁ ଗର୍ଗଙ୍କୁ ବୁଧବାର ଓଡ଼ିଶାର  ନୂଆ ମୁଖ୍ୟ ଶାସନ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

ଆମେରିକାରେ ବେଆଇନ ଅନୁପ୍ରବେଶ: ୩୦ ଭାରତୀୟ ଗିରଫ

ନ୍ୟୁୟର୍କ,୨୫ା୧୨: ଆମେରିକାରେ ବେଆଇନ ଭାବେ ଅନୁପ୍ରବେଶ କରିବା ଅଭିଯୋଗରେ ସେଠାକାର ସୀମା ପାଟ୍ରୋଲ ଏଜେଣ୍ଟମାନେ ୩୦ ଭାରତୀୟ ନାଗରିକଙ୍କୁ ଗିରଫ କରିଛନ୍ତି। ଗିରଫ ଭାରତୀୟମାନେ କମର୍ସିଆଲ...

‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’କୁ ଅନୁମୋଦନ

ଭୁବନେଶ୍ୱର,୨୫।୧୨(ରବିନାରାୟଣ ଜେନା): ରାଜ୍ୟର ବରପୁତ୍ରମାନଙ୍କୁ କିଭଳି ସବୁବେଳେ ସମ୍ମାନ ମିଳିବ ସେନେଇ ରାଜ୍ୟ ସରକାର ପ୍ରାଥମିକତା ଦେଇଛନ୍ତି। ଏହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ...

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri