Posted inRasifala

ରାଶିଫଳ: ଶନିବାର , ନଭେମ୍ବର ୨୫ ତାରିଖ – Daily Horoscope

ମେଷ
ଆଜିର ମନ ଚାହୁଁଥିବା ଜିନିଷ ଲାଭ କରିବା ଆଶା ଅପୂରଣ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। ଅଫିସ୍‌ରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ। ଆଲୋଚନା, ସତ୍‌ସଙ୍ଗ, ଆନୁଷ୍ଠାନିକ କାମ ତଥା ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ।
ବୃଷ
ବୃଷ
ଶାରୀରିକ ଦୁର୍ବଳତା ଯୋଗୁ କୌଣସି କାମ କରିବାକୁ ଆଗ୍ରହ ଲାଗିବନାହିଁ। ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ଆଶା ରହିଛି। ଆଜିର କର୍ମକ୍ଷେତ୍ରରେ ସମ୍ମାନ୍‌ନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। ଜମିଜମା, କଚେରି ମାମଲା, ଆଲୋଚନା ସଭା ଓ ଲେଖାପଢ଼ା ଦିଗରୁ ଉପକୃତ ହେବେ।
ମିଥୁନ
ମିଥୁନ
ଆଜି ବନ୍ଧୁଙ୍କ ସାହାଯ୍ୟରୁ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ସାମାଜିକ ସ୍ତରରେ ଅର୍ଥଲାଭ ଓ ସମ୍ମାନ୍‌ ସାଙ୍ଗକୁ ବାଲ୍ୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭକରି ଖୁସୀ ରହିବେ। ଫେରନ୍ତା ବାଟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମକରି ଅନୁତପ୍ତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ।
କର୍କଟ
କର୍କଟ
ବନ୍ଧୁ ଗହଣରେ ଭାବପ୍ରବଣବଶତଃ ବିରକ୍ତିକର କଥା କହି ଅପଦସ୍ଥ ହେବେ। ପରକଥାରେ ପ୍ରଭାବିତ ହୋଇ ଭୁଲ୍‌ ମାର୍ଗ ଅନୁସରଣ କରିପାରନ୍ତି। ସହକର୍ମୀଙ୍କ ପରାମର୍ଶରେ ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟିତ ହେବେ। ସତ୍‌ସଙ୍ଗ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି।
ସି˚ହ
ସି˚ହ
କର୍ମଜଞ୍ଜାଳ ବୃଦ୍ଧିଜନିତ ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବନାହିଁ। ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରେ ସନ୍ତୋଷଜନକ ଫଳ ଦେଖାଦେଇପାରେ।
କନ୍ୟା
ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ଅବଶ୍ୟମ୍ଭାବୀ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉଠାଇ ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ ଏବଂ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ।
ତୁଳା
ତୁଳା
ପରିବାର ଭିତରେ ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ ଓ ସଫଳତା ମଧ୍ୟ ପାଇବେ। ବନ୍ଧୁମାନଙ୍କ ସହ ହସଖୁସି ଓ ବିଳାସ ବ୍ୟସନରେ ସମୟ ଅତିବାହିତ ହେବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ପୁରାଣ ପଠନ, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଓ ନୃତ୍ୟ ସାଙ୍ଗକୁ ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି।
ବିଛା
ବିଛା
ଆଳସ୍ୟ ଓ ଅବହେଳା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମ ଗୁଡ଼ିକ ଅଟକି ରହିଯିବ। ଦୀର୍ଘ ସମୟର କାର୍ଯ୍ୟବ୍ୟସ୍ତତା ହେତୁ ଶାରୀରିକ କ୍ଳାନ୍ତି ଅନୁଭବ କରିବେ। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ଗବେଷଣା, ରଚନାମତ୍କ କାମ, ସେବା ଓ ପରୋପକାର ହେତୁ ସାମାଜିକ ପ୍ରତିଷ୍ଠା ବଢ଼ିବ।
ଧନୁ
ଧନୁ
ଆଜିର ପ୍ରତ୍ୟୁଷ ଯାତ୍ରାରେ ହାତରୁ ପଇସା ଖର୍ଚ୍ଚକରି ବନ୍ଧୁଙ୍କୁ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। କୌଣସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟାକରି କେତେକାଂଶରେ ଉପକୃତ ହେବେ।
ମକର
ମକର
କର୍ମକ୍ଷେତ୍ରରେ ସାହାଯ୍ୟ ଲାଭକରି ମନୋବଳ କ୍ରମଶଃ ବୃଦ୍ଧି ପାଇବ। ସାୟାହ୍ନେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆଜି ଫେରନ୍ତା ବାଟରେ ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟହେବାର ଆଶଙ୍କା ରହିଛି। ବିବାଦୀୟ ଘଟଣାରେ ବନ୍ଧୁଙ୍କ ମଧ୍ୟସ୍ଥତା ଭଲ କାମ ଦେବ ଓ ମାମଲା ଫଇସଲା ହୋଇଯିବ।
କୁମ୍ଭ
କୁମ୍ଭ
ଆଜି ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବ। ବ୍ୟବସାୟରେ କ୍ଷତିର ଆଶଙ୍କା ରହିଛି, ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। ଘର ସାଜସଜ୍ଜା, ନିର୍ମାଣ, ଆନୁଷ୍ଠାନିକ କାମ, ନୃତ୍ୟ ଓ ସଙ୍ଗୀତରେ ମଜ୍ଜି ରହିପାରନ୍ତି। ଆର୍ଥତ୍କ ଦିଗଟି ଭଲ ରହିବାରୁ ଜନହିତକର କାମ ପାଇଁ ଚିନ୍ତା କରିବେ।
ମୀନମୀନ

ଆଜି ହଠାତ୍‌ ପ୍ରତ୍ୟୁଷରେ ଯାତ୍ରାକରି ଆଶା କରୁଥିବା ଜିନିଷ ଲାଭ କରିପାରନ୍ତି। ପାରିବାରିକ ଦିଗରୁ କେତେକ ବ୍ୟତିକ୍ରମ ସୃଷ୍ଟିହେବାର ସମ୍ଭାବନା ରହିଛି। ପରୋକ୍ଷ ଶତ୍ରୁତା କାରଣରୁ ଯେତେ ଭଲ କାମ କଲେ ମଧ୍ୟ କର୍ମକ୍ଷେତ୍ରରେ ସମାଲୋଚିତ ହେବେ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri