ମହିଳାଙ୍କଠାରୁ ସନ୍ଦେହଜନକ ଭାବେ ଶିଶୁକନ୍ୟା ଉଦ୍ଧାର : ଅଟକ ରଖି ପଚରାଉଚରା

ଯାଜପୁରରୋଡ,୨୫ା୧୧(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସହରର ମାକ୍ସ ଶୋ’ରୁମ୍‌ ନିକଟରୁ ଜଣେ ମହିଳାଙ୍କଠାରୁ ସନ୍ଦେହଜନ ଭାବେ ଜଣେ ୬ ମାସର ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ଏଥିସହିତ ସମ୍ପୃକ୍ତ ମହିଳାଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିବା ପରେ ଛାଡ଼ିଦେଇଛି।
ଶୁକ୍ରବାର କୋରେଇ ଥାନା ଅନ୍ତର୍ଗତ କଣ୍ଟାଝରିଗଡ଼ ଅଞ୍ଚଳର ସମ୍ପୃକ୍ତ ମହିଳା ଶିଶୁକନ୍ୟାକୁ ନେଇଯାଉଥିଲେ। ଲୋକେ ତାଙ୍କୁ ସନ୍ଦେହ କରି ଅଟକାଇବା ସହିତ ଯାଜପୁର ରୋଡ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଶିଶୁକନ୍ୟା ସମ୍ପର୍କରେ ସମ୍ପୃକ୍ତ ମହିଳାଙ୍କୁ ପଚରାଉଚରା କରିଥିଲା। ମହିଳା ଜଣକ ଯାଜପୁର ରୋଡ୍‌ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଶିଶୁକନ୍ୟାଙ୍କୁ ପାଇଥିବା କହିଥିଲେ। ପୋଲିସ ତାଙ୍କୁ ଘଟଣାସ୍ଥଳକୁ ନେବା ପରେ ସେ ଠିକ ସ୍ଥାନ କହି ପାରି ନ ଥିଲେ। ତାଙ୍କ କଥାରେ ତାଳମେଳ ରହୁ ନ ଥିବା ଲକ୍ଷ୍ୟ କରି ତାଙ୍କୁ ପୋଲିସ ଥାନାକୁ ନେଇଥିଲା। ଥାନାରେ ଶିଶୁକନ୍ୟା ଏବଂ ମହିଳା ପହଞ୍ଚିବା ପରେ ମହିଳା ଉକ୍ତ ଶୋ’ରୁମ୍‌ରେ ଛାଡ଼ିଥିବା ଶିଶୁକନ୍ୟାଙ୍କ କଣ୍ଢେଇ, ଖେଳଣା ଓ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଆସବାବପତ୍ର ଥାନାକୁ ହସ୍ତାନ୍ତର କରାଯାଇଥିଲା। ଏସବୁକୁ ଲକ୍ଷ୍ୟ କଲେ ଶିଶୁକନ୍ୟାଙ୍କୁ ତାଙ୍କ ମା’ ବିକ୍ରି କରି ଦେଇଥିବା ସହରରେ ଆଲୋଚନା ଜୋର ଧରିଛି। ଶିଶୁକନ୍ୟାଙ୍କୁ ଯାଜପୁର ରୋଡ ଥାନାଧିକାରୀ ଉପେନ୍ଦ୍ର ପ୍ରଧାନ ଯାଜପୁର ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri