ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ କାର୍ଯ୍ୟ କରିବି: ପାଣ୍ଡିଆନ୍‌

ଭୁବନେଶ୍ୱର.୨୭।୧୧: ୫ଟି ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ବିଜେଡିରେ ଯୋଗ ଦେବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ କରିବି। ଆପଣମାନଙ୍କ ସହଯୋଗରେ ନିଷ୍ଠା, ନମ୍ରତା, ନିଃସ୍ବାର୍ଥପର ଭାବେ ଓଡ଼ିଶାବାସୀଙ୍କ ସେବା କରିବି।
ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣ୍ଡିଆନ୍‌ଙ୍କୁ ଦଳରେ ସ୍ବାଗତ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ବାଗତ କରୁଛି। ସେ ଅନେକ ବର୍ଷ ହେବ ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳରେ ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ତାଙ୍କୁ ଶୂୁଭେଚ୍ଛା ଜଣାଉଛି।
ସୂଚନାଯୋଗ୍ୟ, ବିଜେଡିର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ପାଣ୍ଡିଆନ୍‌ ଆଜି ନବୀନ ନିବାସରେ ବିଜେଡିର ପ୍ରାଥମିକ ସଦସ୍ୟତା ଗ୍ରହଣ କରିଛନ୍ତି। ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ଅରୁଣ ସାହୁ, ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ଉଷା ଦେବୀ, ବାସନ୍ତୀ ହେମ୍ବ୍ରମ, ମାନସ ମଙ୍ଗରାଜ, ସମୀର ଦାଶ, କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଣବ ପ୍ରକାଶ ଦାସ ପାଣ୍ଡିଆନ୍‌ଙ୍କୁ ଶଙ୍ଖ ବ୍ୟାଚ୍‌ ପିନ୍ଧାଇଥିଲେ। ବିଜେଡିରେ ମିଶିବା ପରେ ପାଣ୍ଡିଆନ୍‌ ଶଙ୍ଖ ଭବନରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି।
ଗତ ଅକ୍ଟୋବର ୨୩ତାରିଖରେ ଭିକେ ପାଣ୍ଡିଆନ ସର୍ବଭାରତୀୟ ପ୍ରଶାସନିକ ସେବା ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଥିଲେ। ଏହାପରେ ତାଙ୍କୁ ୫ଟି ଏବଂ ନବୀନ ଓଡ଼ିଶାର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୩ ମାସ ପରେ ମା’କୁ ଫେରି ପାଇଲା ପୁଅ

ଝାରସୁଗୁଡ଼ା,୨୦।୧(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାପାଳ କୁଣାଲ ମୋତିରାମ ଚହ୍ବାଣଙ୍କ ମାର୍ଗଦର୍ଶନରେ ପରିଚାଳିତ ‘ସ୍ନେହ ସେତୁ’ ପଦକ୍ଷେପ ମାଧ୍ୟମରେ ସୋମବାର ପୁଣି ଏକ ବିଚ୍ଛିନ୍ନ ପରିବାର...

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ଭାରତୀୟ ରେଳବାଇର ନୂଆ ନିୟମ, ଟ୍ରେନରେ ଅଧିକ ଘିଅ ନେଇ ଯାତ୍ରା କଲେ ଜେଲ୍…

ନୂଆଦିଲ୍ଲୀ,୨୦।୧: ଯାତ୍ରୀଙ୍କ ପାଇଁ ଭାରତୀୟ ରେଳବାଇର ଅନେକ ନିୟମ ରହିଛି । କିଛି ନିୟମ ବିଷୟରେ ଅବଗତ ହେବା ଉଚିତ, କାରଣ ଏକ ଛୋଟ ଭୁଲ...

ନୀତିନ ନବୀନ ମୋ ବସ୍‌, ମୁଁ ଜଣେ….ଭାବପ୍ରବଣ କରିଦେଲେ ମୋଦି

ନୂଆଦିଲ୍ଲୀ,୨୦।୧: ନୀତିନ ନବୀନ ମଙ୍ଗଳବାର ଆନୁଷ୍ଠାନିକ ଭାବରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ପଦ ଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ଏପରି ଏକ...

ନବୀନଙ୍କ ଆଗରେ ବଡ଼ ଚ୍ୟାଲେଞ୍ଜ: ପ୍ରଥମ ବର୍ଷ ସାମ୍ନା କରିବେ….

ନୂଆଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟି (ଭାଜପା) ଦଳର ସବୁଠାରୁ ଯୁବ ଜାତୀୟ ସଭାପତି ଭାବରେ ନୀତିନ ନବୀନଙ୍କୁ ନିର୍ବାଚିତ କରି ଇତିହାସରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ...

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ...

ଶହବାଜ-ମୁନିରଙ୍କୁ ମନାଇବାକୁ ପାକିସ୍ତାନ ଗସ୍ତ କରିବେ ସି ଜିନପିଙ୍ଗ

ବେଜିଂ,୨୦।୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫ ଘୋଷଣା କରିଛନ୍ତି ଯେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଖୁବ ଶୀଘ୍ର ପାକିସ୍ତାନ ଗସ୍ତ କରିବେ। ଏହି ଗସ୍ତ...

ଆଜିଠୁ ନବୀନ ଯୁଗ ଆରମ୍ଭ: ସ୍ବାଗତ କଲେ ମୋଦି

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରତୀକ୍ଷା ପରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ନୂତନ ସଭାପତି ମିଳିଛି। ପାଞ୍ଚଥର ବିଧାୟକ ନୀତିନ ନବୀନଙ୍କୁ ଦଳର ନୂତନ ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri