Posted inରାଜ୍ୟ

ପାରାଦ୍ୱୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପାରାଦ୍ୱୀପ,୨୭।୧୧: ପାରାଦ୍ୱୀପ ପୋର୍ଟ ଟ୍ରଷ୍ଟ ପକ୍ଷରୁ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ କହିଛନ୍ତି ଚନ୍ଦ୍ରଯାନ-୩ର ସଫଳତା ପରେ ଭାରତ ବର୍ତ୍ତମାନ ସମୁଦ୍ରଯାନ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ସମୁଦ୍ର ଯାନ ମିଶନ ଦ୍ୱାରା ୬୦୦ ମିଟର ଗଭୀରତା ଭିତରେ ରହିଥିବା ସାମୁଦ୍ରିକ ସମ୍ପଦ ଓ ଜୈବ ବିବିଧତାର ଆକଳନ କରାଯାଇ ପାରିବ। ବାଣିଜ୍ୟ ବ୍ୟବସାୟ ଓ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ସାମୁଦ୍ରିକ ବାଣିଜ୍ୟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥବା ସେ କହିଛନ୍ତି।

ରାଷ୍ଟ୍ରପତି କହିଛନ୍ତି ବର୍ତ୍ତମାନ ଆମ ଦେଶ ବନ୍ଦରର ବିକାଶରୁ ବନ୍ଦରର ନେତୃତ୍ୱରେ ବିକାଶ ଆଡକୁ ଅଗ୍ରସର ହେଉଛି । ଏହି ଦିଗରେ କେନ୍ଦ୍ର ସରକାରଙ୍କର ସାଗରମାଳା କାର୍ଯ୍ୟକ୍ରମ ଏକ ପ୍ରଶଂସନୀୟ ପଦକ୍ଷେପ । କେନ୍ଦ୍ର ସରକାର ପୋର୍ଟ୍‍ସ ଫର୍‍ ପ୍ରସପରିଟି ଏବଂ ପୋର୍ଟ୍‍ସ ଫର ପ୍ରୋଗ୍ରେସ୍‍ ଦିଗରେ କାର୍ଯ୍ୟ କରୁଛନ୍ତି । ତେବେ ବିଶ୍ୱସ୍ତରୀୟ ମାନଦଣ୍ଡକୁ ଦୃଷ୍ଟିରେ ରଖି ଭାରତର ବନ୍ଦର ଗୁଡ଼ିକ ଅଧିକ ଦକ୍ଷତାର ସହ କାର୍ଯ୍ୟ କରିବାର ଆବଶ୍ୟକତା ରହିଛି । ବନ୍ଦର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦରକାର ବୋଲି ସେ କହିଛନ୍ତି ।

ଏହି ଅବସରରେ ରାଷ୍ଟ୍ରପତି ଯୁବପୀଢ଼ି ମାନଙ୍କୁ ଆତ୍ମନିର୍ଭର ହେବାକୁ ପରାମର୍ଶ ଦେଇଛନ୍ତି । ସେ କହିଛନ୍ତି ଯୁବପିଢ଼ୀ ନୂଆ ଶିଳ୍ପ ପ୍ରତିଷ୍ଠାରେ ମନୋନିବେଶ କରିବାର ଆବଶ୍ୟକତା ରହିଛି । ଏହାଦ୍ୱାରା ସେମାନେ ନିଜେ ଜୀବିକା ଅର୍ଜନ କରିବା ସହ ଅନ୍ୟମାନଙ୍କୁ ମଧ୍ୟ ରୋଜଗାରକ୍ଷମ କରିପାରିବେ । ଏହି ଅବସରରେ ସୋମବାର ରାଷ୍ଟ୍ରପତି ପାରାଦ୍ୱୀପରେ ମଲ୍‍ଟି ମୋଡାଲ ଲଜିଷ୍ଟିକ ପାର୍କର ଉଦ୍‍ଘାଟନ କରିଛନ୍ତି । ଏହାସହ ନୂଆ ଜଳଭଣ୍ଡାର ଓ ଜଳ ବିଶୁଦ୍ଧକରଣ କାରଖାନାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ୟେଶୋ ନାୟକ, ବିଶ୍ୱେଶ୍ୱର ଟୁଡୁ, ମନ୍ତ୍ରୀ ଟୁକୁନି ସାହୁ ଓ ଶାନ୍ତନୁ ଠାକୁର ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri