Posted inଖେଳ

ରାଜ୍ୟ ସିନିୟର ବ୍ୟାଡମିଣ୍ଟନ: ଫାଇନାଲ ଆଜି

ବଲାଙ୍ଗୀର, ୨୯ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନଡୋର ଷ୍ଟାଡିୟମଠାରେ ଚାଲିଥିବା ଓଡ଼ିଶା ରାଜ୍ୟ ସିନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ରାଜ୍ୟର ପ୍ରାୟତଃ ସମସ୍ତ ମାନ୍ୟତାପ୍ରାପ୍ତ ଖେଳାଳି ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି ା ପୁରୁଷ ସିଙ୍ଗଲ୍ସ ରାଉଣ୍ଡ ୧୬ରେ ବଲାଙ୍ଗୀରର ଅରବିନ୍ଦ ସାହୁ ୨୧-୧୧ ଓ ୨୧-୧୮ ସେଟ୍‌ରେ ଭୁବନେଶ୍ୱରର ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହୋଇଥିଲେ। ବାଲେଶ୍ୱରର ଆରିଆ ମାଝି ସୁନ୍ଦରଗଡ଼ର ଅଙ୍କିତ ମହନ୍ତଙ୍କୁ ୨୧-୧୧ ଓ ୨୧-୭ ସେଟ୍‌ରେ, ଭୁବନେଶ୍ୱରର ପାରସ ମାଥୁର ଭଦ୍ରକର ଅଂଶୁମାନ ମହାଲିକଙ୍କୁ ୨୧-୧୦ ଓ ୨୧-୧୪ ସେଟ୍‌ରେ, ସମ୍ବଲପୁରର ତହସିଫ ଖାନ କଟକର ଆୟାଂଶୁ ପରିଡ଼ାଙ୍କୁ ୨୧-୧୮ଓ ୨୧-୯ ସେଟ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି ା ମହିଳା ସିଙ୍ଗଲ୍ସରେ କଳାହାଣ୍ଡିର ବିଶାଖା ନାଏକ କଟକର ଅନିଶା ମିଶ୍ରଙ୍କୁ ୨୧-୧୫ ଓ ୨୧-୧୧ ସେଟ୍‌ରେ ହରାଇଥିଲେ। କୋରାପୁଟର ରାଜେଶ୍ୱରୀ ଖୋରା ବାଲେଶ୍ୱରର ମୋନାଲିନା ମହାରାଣାଙ୍କୁ ୨୧-୬ ଓ ୨୧-୭, ସମ୍ବଲପୁରର ଶ୍ରେୟା ବିଶ୍ୱାଳ ଖୋର୍ଦ୍ଧାର ଅର୍ପିତା ସାହୁଙ୍କୁ ୨୧-୧୩ ଓ ୨୧-୧୨ , ବାଲେଶ୍ୱରର ଶ୍ୱେତାଙ୍ଗୀ ହୋତା ବଲାଙ୍ଗୀରରର ସମ୍ପଦା ମହାନ୍ତିଙ୍କୁ ୨୧-୧୧ ଓ ୨୧-୯ ପଏଣ୍ଟରେ ପରାଜିତ କରି ପରବର୍ତ୍ତୀ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ମହିଳା ସିଙ୍ଗଲ୍ସ, ପୁରୁଷ ସିଙ୍ଗଲ୍ସ, ମହିଳା ଡବଲ୍ସ, ପୁରୁଷ ଡବଲ୍ସ ଓ ମିକ୍ସଡ ଡବଲ୍ସର ସମସ୍ତ ସେମିଫାଇନାଲ ଖେଳ ଚୂଡ଼ାନ୍ତ ହୋଇଛି। ବୁଧବାର ଫାଇନାଲ ଖେଳ ଅନୁଷ୍ଠିତ ହେବ ବୋଲି ରାଜ୍ୟ ଚାମ୍ପିୟନଶିପ୍‌ ସାଙ୍ଗଠନିକ ସମ୍ପାଦକ ସୁରୁଲାଲ ମଟାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri