Posted inଖେଳ

ବିଜୟ ହଜାରେ ଟ୍ରଫିରେ ଓଡ଼ିଶାର କ୍ରମାଗତ ତୃତୀୟ ପରାଜୟ, ସୌରାଷ୍ଟ୍ର ବିପକ୍ଷରେ ୯୯ ରନରେ ଅଲ୍‌ଆଉଟ

ଭୁବନେଶ୍ୱର,୨୯।୧୧: ବ୍ୟାଟିଂ ବିଫଳତା କାରଣରୁ ଚଳିତ ବିଜୟ ହଜାରେ ଟ୍ରଫି ଘରୋଇ ଦିନିକିଆ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଓଡ଼ିଶା ବୁଧବାର ସୌରାଷ୍ଟ୍ରଠାରୁ ୪ ଉଇକେଟରେ ହାରି ଯାଇଛି। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଓଡ଼ିଶା ୨୯.୧ ଓଭରରେ ମାତ୍ର ୯୯ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ସନ୍ଦିପ ପଟ୍ଟନାୟକ (୪୨) ଓ ଶୁଭ୍ରାଂଶୁ ସେନାପତି (୨୧)ଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟର ଦୁଇଅଙ୍କ ସ୍ପର୍ଶ କରିପାରି ନ ଥିଲେ।

ସୌରାଷ୍ଟ୍ର ପକ୍ଷରୁ ଧର୍ମେନ୍ଦ୍ରସିଂ ଜାଡେଜା ୫.୧ ଓଭରରେ ମାତ୍ର ୧୬ ରନ ଦେଇ ୫ ଉଇକେଟ ସଫଳତା ପାଇଥିଲେ। ପ୍ରେରକ ମଙ୍କଡ଼ ଓ ଅଙ୍କୁର ପନଓ୍ବାର ୨ଟି ଲେଖାଏ ଏବଂ ଜୟଦେବ ଉନାଡକଟ୍‌ ଗୋଟିଏ ଉଇକେଟ ନେଇଥିଲେ। ଜବାବରେ ସୌରାଷ୍ଟ୍ର ୨୪.୪ ଓଭରରେ ୬ ଉଇକେଟ ହରାଇ ୧୦୨ ରନ ସଂଗ୍ରହ କରି ନେଇଥିଲା। ଓଡ଼ିଶା ବୋଲରମାନେ ଭଲ ବୋଲିଂ କରି ୭୪ ରନ ମଧ୍ୟରେ ସୌରାଷ୍ଟ୍ରର ୬ ଉଇକେଟ ପକାଇ ଦେଇଥିଲେ। ମାତ୍ର ଅର୍ପିଦ ବାସବଦା ଦଳ ପକ୍ଷରୁ ସର୍ବାଧିକ ୨୦ ଓ ଚିରାଗ ଜାନି ୧୬ ରନରେ ଅପରାଜିତ ରହି ଦଳକୁ ବିଜୟୀ କରିଥିଲେ।

ଓଡ଼ିଶା ପକ୍ଷରୁ ରାଜେଶ ମହାନ୍ତି ଓ ଦେବବ୍ରତ ପ୍ରଧାନ ୩ଟି ଲେଖାଏ ଉଇକେଟ ନେଇଥିଲେ। ଚଳିତ ଟୁର୍ନାମେଣ୍ଟରେ କ୍ରମାଗତ ତୃତୀୟ ମ୍ୟାଚ ହାରି ପରାଜୟରେ ହ୍ୟାଟ୍ରିକ କରିଛି ଓଡ଼ିଶା। ତ୍ରିପୁରା ବିପକ୍ଷରେ ବିଜୟ ସହ ଅଭିଯାନ ଆରମ୍ଭ କରିଥିବା ଓଡ଼ିଶା ବର୍ଷା ବାଧାପ୍ରାପ୍ତ ଦ୍ୱିତୀୟ ମ୍ୟାଚରେ ଭିଜେଡି ପଦ୍ଧତିରେ ରେଲଓ୍ବେଠାରୁ ଏବଂ ତୃତୀୟ ମ୍ୟାଚରେ କେରଳଠାରୁ ୭୮ ରନରେ ପରାଜିତ ହୋଇଥିଲା। ଫଳରେ ୪ ମ୍ୟାଚରୁ ଦଳ ମାତ୍ର ୪ ପଏଣ୍ଟ ପାଇ ୮ ଦଳ ବିଶିଷ୍ଟ ଗ୍ରୁପ୍‌ ‘ଏ’ରେ ୭ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

ଅଶାଳୀନ ମନ୍ତବ୍ୟ ଦେଲେ ଫ୍ୟାନ୍‌: ସମସ୍ତଙ୍କୁ ଚକିତ କଲା ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତିକ୍ରିୟା

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ୍ ଅଲ୍-ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ଜଣେ ଫ୍ୟାନ୍‌ଙ୍କ ଅଶାଳୀନ ଆଚରଣର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଖ୍ରୀଷ୍ଟମାସ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

VHT 2025: ବିଜୟ ହଜାରେ ଟ୍ରଫିରୁ ବାଦ ପଡ଼ିଲେ ବୈଭବ ସୂର୍ଯ୍ୟବଂଶୀ, କାରଣ…

ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...

ସସପେନ୍ସ ଶେଷ! ୨୦୨୭ ବିଶ୍ୱକପ ଖେଳିବେ କି ବିରାଟ କୋହଲି, କୋଚ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri