Posted inଜାତୀୟ

ଜନଔଷଧି କେନ୍ଦ୍ର ବୃଦ୍ଧି ପାଇଁ କାର୍ଯ୍ୟକ୍ରମ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିକାଶ ଭାରତ ସଂକଳ୍ପ ଯାତ୍ରା ଅଧୀନରେ ଭର୍ଚୁଆଲ୍ ମୋଡରେ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଜନ ଔଷଧି କେନ୍ଦ୍ର’ ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ପାଇଁ ଏକ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ କରିଛନ୍ତି। ଭଲ ଔଷଧ ଏବଂ ଶସ୍ତା ଔଷଧ ହେଉଛି ସବୁଠାରୁ ବଡ ସେବା ବୋଲି ସେ କହିଛନ୍ତି।

ଜନଔଷଧି କେନ୍ଦ୍ର ମାଧ୍ୟମରେ ଜନସାଧାରଣଙ୍କୁ ସୁଲଭ ଓ ସହଜରେ ଔଷଧ ଉପଲବ୍ଧ କରାଇବା ହେଉଛି କେନ୍ଦ୍ର ସରକାରଙ୍କର ମୁଖ୍ୟ ଉଦ୍ଦେଶ୍ୟ । ଚଳିତବର୍ଷ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଦେଇଥିବା ଭାଷଣରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀଙ୍କ ପାଇଁ ଡ୍ରୋନ୍‌‌ ଯୋଗାଇଦେବା ଏବଂ ଜନଔଷଧୀ କେନ୍ଦ୍ରର ସଂଖ୍ୟାକୁ ୧୦ ହଜାରରୁ ୨୫ ହଜାରକୁ ବୃଦ୍ଧି କରିବା ଲାଗି ଘୋଷଣା କରିଥିଲେ।

ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ‘ପ୍ରଧାନମନ୍ତ୍ରୀ ମହିଳା କିଷାନ ଡ୍ରୋନ୍‌‌ କେନ୍ଦ୍ର’ର ମଧ୍ୟ ଶୁଭାରମ୍ଭ କରିଛନ୍ତି। ଏହି ବୈଷୟିକ ସହାୟତା ମାଧ୍ୟମରେ ସ୍ୱୟଂସହାୟକ ଗୋଷ୍ଠୀର ସଦସ୍ୟମାନଙ୍କୁ ଜୀବିକାର୍ଜନ ନିମନ୍ତେ ସୁଯୋଗ ମିଳିପାରିବ ବୋଲି ସରକାରୀ ଭାବେ କୁହାଯାଉଛି। ଆସନ୍ତା ୩ ବର୍ଷ ମଧ୍ୟରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ୧୫ ହଜାର ଡ୍ରୋନ୍‌‌ ଯୋଗାଇ ଦିଆଯିବ। ଡ୍ରୋନ୍‌‌ ଉଡ଼ାଇବା ଏବଂ ସେଗୁଡ଼ିକୁ ଠିକ୍‌‌ ଭାବେ ବ୍ୟବହାର କରିବା ଲାଗି ମହିଳାମାନଙ୍କୁ ପ୍ରଶିକ୍ଷଣ ଦିଆଯିବ। ଏପରିକି କୃଷି କ୍ଷେତ୍ରରେ ଏଭଳି ବୈଷୟିକ ସହାୟତା ବିନିଯୋଗ ଲାଗି ଏହି ବ୍ୟବସ୍ଥା ପ୍ରୋତ୍ସାହନ ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ମୋଦି କ୍ୟାବିନେଟର ବଡ଼ ନିଷ୍ପତ୍ତି, ରାଜଧାନୀକୁ ମିଳିଲା ନୂଆବର୍ଷ ଉପହାର

ନୂଆଦିଲ୍ଲୀ,୨୪।୧୨: କେନ୍ଦ୍ର କ୍ୟାବିନେଟ ବୈଠକରେ ପୁଣି ଥରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହା ଦିଲ୍ଲୀ-ଏନସିଆର ପାଇଁ ଏକ ନୂତନ ବର୍ଷର ଉପହାର। ନୂତନ ବର୍ଷରେ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

ପ୍ରିୟଙ୍କା ଗାନ୍ଧୀ ହେବେ ପ୍ରଧାନମନ୍ତ୍ରୀ? ଚମକାଇବା ଭଳି ଉତ୍ତର ଦେଲେ ରବର୍ଟ ଭଦ୍ରା, ରାହୁଲଙ୍କୁ ଟାର୍ଗେଟ କରୁଛି ଭାଜପା

ନୂଆଦିଲ୍ଲୀ,୨୪।୧୨: କଂଗ୍ରେସ ଏମପି ଇମ୍ରାନ ମାସୁଦ ପ୍ରିୟଙ୍କା ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରିଥିଲେ। ରବର୍ଟ ଭଦ୍ରା ମଧ୍ୟ ତାଙ୍କ ବକ୍ତବ୍ୟକୁ ସମର୍ଥନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri