ମୋଦିଙ୍କ ପ୍ରଶଂସାରେ ଶତମୁଖ ହେଲେ ଆମେରିକୀୟ ଅଭିନେତ୍ରୀ: କହିଲେ, ମୋଦି ହିଁ ସର୍ବଶ୍ରେଷ୍ଠ ନେତା

ନୂଆଦିଲ୍ଲୀ,୪।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ଭାଜପା ସ୍ପଷ୍ଟ ସଂଖ୍ୟାଗରିଷ୍ଠତା ହାସଲ କରିଛି। ମଧ୍ୟପ୍ରଦେଶରେ ବିପୁଳ ସଂଖ୍ୟାଗରିଷ୍ଠତା ହାସଲ କରି ଭାଜପା ୧୬୩ଟି ଆସନ ଜିତିବାରେ ସଫଳ ହୋଇଥିଲା। ରାଜସ୍ଥାନରେ ଭାଜପା ୧୧୫ଟି ଆସନ ଜିତିଛି। ବିଜେପି ଛତିଶଗଡରେ ୫୪ଟ ଆସନ ଜିତି କ୍ଷମତା ହାସଲ କରିବାରେ ସଫଳ ହୋଇଛି। ଆଫ୍ରିକୀୟ-ଆମେରିକୀୟ ଗାୟିକ ତଥା ଅଭିନେତ୍ରୀ ମେରି ମିଲବେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାଜପାର ନିର୍ବାଚନୀ ବିଜୟ ପାଇଁ ପ୍ରଶଂସା କରିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମରେ ମେରି ମିଲବେନ କହିଛନ୍ତି,ପ୍ରଧାନମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ଭାବେ ମୋଦି ଭାରତର ପ୍ରଥମ ପସନ୍ଦ। ଏହା ବ୍ୟତୀତ ମୋଦି ଆମେରିକା-ଭାରତ ସମ୍ପର୍କ ପାଇଁ ସର୍ବଶ୍ରେଷ୍ଠ ନେତା ଅଟନ୍ତି।
ଭାରତୀୟ ଜନତା ପାର୍ଟି ଛତିଶଗଡ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଚମତ୍କାର ବିଜୟ ହାସଲ କରିଛି। ଅନ୍ୟପକ୍ଷରେ ତେଲଙ୍ଗାନାରେ ହୋଇଥିବା ବଡ ବିଜୟରୁ କଂଗ୍ରେସ ସାନ୍ତ୍ୱନା ନେଇଛି। ଏହାପୂର୍ବରୁ ସେପ୍ଟେମ୍ବର ୭ରେ ଗାୟକ ମିଲବେନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜି-୨୦ର ସମ୍ପୂର୍ଣ୍ଣ ସଦସ୍ୟ ଭାବରେ ଆଫ୍ରିକୀୟ ୟୁନିଅନକୁ ସାମିଲ କରିବା ପ୍ରସ୍ତାବ ପାଇଁ ପ୍ରଶଂସା କରିଥିଲେ।
ଭାରତର ଜାତୀୟ ସଂଗୀତ ଏବଂ ଭକ୍ତି ଭଜନ ‘ଓମ ଜୟ ଜଗଦୀଶ ହରେ’ ପାଇଁ ମିଲବେନ ଭାରତରେ ଲୋକପ୍ରିୟ। ଜୁନ ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆମେରିକା ଗସ୍ତ ସମୟରେ ଏକ କାର୍ଯ୍ୟକ୍ରମରେ ସେ ଭାରତର ଜାତୀୟ ସଂଗୀତ ‘ଜନ ଗଣ ମନ’ ଗାଇଥିଲେ। ସେ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନେକ ଥର ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri