Posted inRasifala

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ। ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ଅସହଯୋଗ କରିପାରନ୍ତି। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ।
ମିଥୁନ
ମିଥୁନ
ଜଣେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ। ବ୍ୟବସାୟରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେବା ଆଶଙ୍କାର ସୂଚନା ପାଇବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ଆଜି ଆକସ୍ମିକ ଭାବରେ ପୁନଃ ପ୍ରତିଷ୍ଠିତ ହେବ। ଭାବପ୍ରବଣବଶତଃ ବିରକ୍ତିକର କଥାବାର୍ତ୍ତାକରି ଅପଦସ୍ଥ ହୋଇପାରନ୍ତି। କର୍ମକ୍ଷେତ୍ରରେ ପରକଥାରେ ପ୍ରଭାବିତ ହେଲେ ଭୁଲ୍‌ ମାର୍ଗର ଅନୁସରଣ କରିବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
ସି˚ହ
ସି˚ହ
ମାନସିକ ଅବସାଦ ବଢ଼ିବା କାରଣରୁ କୌଣସି କାମ ଉସତ୍ାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ। ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରନ୍ତି।
କନ୍ୟା
ହାତକୁ ନେଇଥିବା କାମଗୁଡ଼ିକ ଅଟକିବ ନାହିଁ ଏବଂ ସେଥିରେ ଆଶାଜନକ ଫଳ ପାଇବେ। ସରକାରୀ କାମରେ ହଠାତ୍‌ ବିଶ୍ୱସ୍ତ ସୂତ୍ରରୁ ଶୁଭ ଖବର ଶୁଣି ଖୁସି ହେବେ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଶତ୍ରୁତା ଅର୍ଜନ କରିବେ। ଉପରିସ୍ଥ ଆଦେଶାନୁସାରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟାକରିବେ। ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସାଙ୍ଗକୁ ବିଳାସବ୍ୟସନରେ ସମୟ ଅତିବାହିତ କରିପାରନ୍ତି। ବନ୍ଧୁମାନେ ବିଭ୍ରାନ୍ତିକର ଖବର ପରିବେଷଣକରି ସମସ୍ୟାକୁ ବଢ଼ାଇଦେଇପାରନ୍ତି। ଆନୁଷ୍ଠାନିକ କାମ କିମ୍ବା ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।
ବିଛା
ବିଛା
ବନ୍ଧୁଙ୍କ କାର୍ଯ୍ୟକଳାପରେ ଅତିଷ୍ଠହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟିହେବ। ପରିସ୍ଥିତିରେ ପଡ଼ି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ଓ ମନସ୍ତାପ ମଧ୍ୟ କରିବେ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ଦୀର୍ଘଦିନରୁ ଚିନ୍ତାକରିଥିବା କାମଟି ହଠାତ୍‌ ହୋଇଯିବ। କୌଶଳ ପ୍ରୟୋଗକରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ।
ଧନୁ
ଧନୁ
ହାତରୁ ଖର୍ଚ୍ଚକରି ବନ୍ଧୁଙ୍କୁ ସାହାଯ୍ୟ କରି ଆମତ୍ତୃପ୍ତି ଲାଭକରିବେ। ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ, ଫଳରେ ପ୍ରତାରିତ ହେବା ବହୁ ସମ୍ଭାବନା ରହିଛି। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ। ଦୀର୍ଘଦିନରୁ ମଉଳିଯାଇଥିବା ଆଶା ପୁଣି କଅଁଳି ଉଠିବ।
ମକର
ମକର
ବିବାଦୀୟ ପରିସ୍ଥିତି ସୃଷ୍ଟିହେବାର ସୂଚନାକୁ ଅଣଦେଖା କରିବା ଠିକ୍‌ ହେବନାହିଁ। ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମକରି ମଧ୍ୟ ନିନ୍ଦା ଶୁଣିବେ। ପାରିବାରିକ ସମସ୍ୟା କେତେକାଂଶରେ ନିୟନ୍ତ୍ରିତ ରହିବ।
କୁମ୍ଭ
କୁମ୍ଭ
ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖାଦେବ। ପରକଥାରେ ମୁଣ୍ଡ ପୂରାଇ ଭୁଲ୍‌ମାର୍ଗରେ ଗତିକରିପାରନ୍ତି। ଶିଳ୍ପ, ବାଣିଜ୍ୟ, ଶେୟାବଜାରରେ କ୍ଷତି ଆଶଙ୍କା ରହିଛି , ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। ଭ୍ରାତୃ ସମ୍ପର୍କରେ ଅବନତି ଘଟିବ, ପ୍ରିୟକଥା କହି ସମସ୍ୟା ସୁଧାରିନେବେ।
ମୀନମୀନ

ଗତକଲିର ଆଲୋଚନା ଅନୁଯାୟୀ ଆଜି କାମରେ ଲାଗି ପଡ଼ିବେ, ତଥାପି ଜଣେ ବ୍ୟକ୍ତି ହଠାତ୍‌ ଅସହଯୋଗ କରିପାରନ୍ତି। ଯେତେ ଭଲ କାମ କଲେ ସୁଦ୍ଧା ସମାଲୋଚିତ ହେବେ। ମାଲିମକଦ୍ଦମାରୁ ଚିନ୍ତା ବଢ଼ିଯିବ, କିନ୍ତୁ ତୁଳନାମତ୍କ ବିଚାରକରି କିଛିଟା ଆଶ୍ୱସ୍ତିି ଲାଭକରିବେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri