ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌ ଆଇଏଏସ୍‌ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ(ଅତିରିକ୍ତ ସିଇଓ) ଭାବେ ବଦଳି କରାଯାଇଛି। ଏବେ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ନିକୁଞ୍ଜ ବିହାରୀ ଧଳ ଦାୟିତ୍ୱ ତୁଲାଉଛନ୍ତି ଓ ଅନ୍ୟ ୨ଜଣ ବରିଷ୍ଠ ଓଏଏସ୍‌ ଅଫିସର ‘ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ’ ଦାୟିତ୍ୱ ତୁଲାଉଛନ୍ତି ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ଶ୍ରମ କମିଶନର ତଥା ଓ ଜୀବିକା ମିଶନ ନିର୍ଦ୍ଦେଶକ ୨୦୦୯ ବ୍ୟାଚ ଆଇଏଏସ୍‌ ଥିରୁମାଳା ନାଏକଙ୍କୁ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବଦଳି କରାଯାଇଛି । ଥିରୁମାଳାଙ୍କ ବଦଳି ପରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ପଦବୀକୁ ରାଜ୍ୟ ସରକାର ଆଇଏଏସ୍‌ କ୍ୟାଡର ଅତିରିକ୍ତ ସଚିବଙ୍କୁ ମିଳୁଥିବା ସୁବିଧା ଓ ଦାୟିତ୍ୱ ସମକକ୍ଷ ଘୋଷଣା କରିଛନ୍ତି। ସେହିପରି ଓପେସା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ତଥା ୨୦୧୨ ବ୍ୟାଚ ଆଇଏଏସ ଅନୁପମ ଶାହଙ୍କୁ ଅତିରିକ୍ତ ଭାବେ ଶ୍ରମ କମିଶନର ଭାବେ ଅବସ୍ଥାପିତ କରାଯାଇଛି। ସେ ପୂର୍ବଭଳି ‘ମୋ ସ୍କୁଲ’ କାର୍ଯ୍ୟକ୍ରମର ସଦସ୍ୟ ସଚିବ ଦାୟିତ୍ୱ ତୁଲାଇବେ । ଏହି ବିଜ୍ଞପ୍ତି ସମ୍ପର୍କରେ ରାଜ୍ୟ ସରକାର ଜାତୀୟ ନିର୍ବାଚନ କମିଶନଙ୍କ ପ୍ରମୁଖ ସଚିବ ରାହୁଲ ଶର୍ମାଙ୍କୁ ଅବଗତ କରାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri