ଭାରତର ମୁଣ୍ଡ ପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ବୈଶ୍ୱିକ ହାରାହାରିର ଅଧାରୁ କମ୍‌

ଦୁବାଇ,୬ା୧୨(ପି.ଟି.):ଭାରତର ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ୨୦୨୨ରେ ୫ ପ୍ରତିଶତ ବୃଦ୍ଧି ପାଇ ୨ ଟନ୍‌ରେ ପହଞ୍ଚତ୍ଥିଲେ ମଧ୍ୟ ଏହା ବୈଶ୍ୱିକ ହାରାହାରିର ୫୦ ପ୍ରତିଶତରୁ କମ୍‌ ରହିଛି। ମଙ୍ଗଳବାର ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ଗ୍ଲୋବାଲ କାର୍ବନ ପ୍ରୋଜେକ୍ଟ ଅନୁଯାୟୀ ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନରେ ଆମେରିକା ଶୀର୍ଷରେ ରହିଛି। ସେଠାରେ ପ୍ରତ୍ୟେକ ବ୍ୟକ୍ତି ୧୪.୯ ଟନ୍‌ କାର୍ବନ ଡାଇଅକ୍ସାଇଡ୍‌ ଉତ୍ସର୍ଜନ କରୁଛନ୍ତି। ଏହା ପଛକୁ ରୁଷିଆ (୧୧.୪ ଟନ୍‌) ରହିଥିବାବେଳେ ଜାପାନ (୮.୫ ଟନ୍‌), ଚାଇନା (୮ ଟନ), ୟୁରୋପୀୟ ୟୁନିୟନ (୬.୨ ଟନ୍‌) ରହିଛି। ବୈଶ୍ୱିକ ହାରାହାରି ଅଙ୍ଗାରକାମ୍ଳ ନିର୍ଗମନ ୪.୭ ଟନ୍‌ ଥିବା ଉକ୍ତ ରିପୋର୍ଟରେ ପ୍ରକାଶ ପାଇଛି। ଶିଳ୍ପ ବିପ୍ଳବ ସମୟରୁ ଆମେରିକା ସର୍ବାଧିକ ଅଙ୍ଗାରକାମ୍ଳ ନିର୍ଗମନକାରୀ ଦେଶ ଭାବେ ପରିଚିତ ହୋଇଆସିଚି। ୧୮୫୦ରୁ ୨୦୨୨ ମଧ୍ୟରେ ଆମେରିକାର ମୋଟ ଅଙ୍ଗାରକାମ୍ଳ ନିର୍ଗମନ ପରିମାଣ ୧୧୫ ଗିଗାଟନ୍‌, ଯାହାକି ବିଶ୍ୱର ମୋଟ ନିର୍ଗମନର ୨୪ ପ୍ରତିଶତ। ୟୁରୋପୀୟ ୟୁନିୟନର ଏହି ସମୟର ଅଙ୍ଗାରକାମ୍ଳ ନିର୍ଗମନ ୮୦ ଗିଗାଟନ୍‌ ହୋଇଥିବାବେଳେ ଚାଇନାର ୭୦ ଗିଗାଟନ୍‌। ଭାରତ ୧୮୫୦ରୁ ୨୦୨୨ ମଧ୍ୟରେ ୧୫ ଗିଗାଟନ୍‌ କାର୍ବନ ଡାଇଅକ୍ସାଇଡ୍‌ ଉତ୍ସର୍ଜନ କରିଛି, ଯାହା ମୋଟ ବିଶ୍ୱରେ ହୋଇଥିବା ଉତ୍ସର୍ଜନର ମାତ୍ର ୩ ପ୍ରତିଶତ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri