Posted inଜାତୀୟ

କର୍ନାଟକ, ମହାରାଷ୍ଟ୍ରର ୪୦ରୁ ଅଧିକ ସ୍ଥାନରେ ଏନଆଇଏର ଚଢାଉ

ନୂଆଦିଲ୍ଲୀ,୯।୧୨: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନଆଇଏ) ଶନିବାର ସକାଳେ କର୍ନାଟକ ଏବଂ ମହାରାଷ୍ଟ୍ରର ପ୍ରାୟ ୪୪ ଟି ସ୍ଥାନରେ ଚଢାଉ କରୁଛି। ନ୍ୟୁଜ ଏଜେନ୍ସି ଏନ୍‌ଆଇ ଅନୁଯାୟୀ, ବିଶ୍ୱ ଆତଙ୍କବାଦୀ ଗୋଷ୍ଠୀ ଇସଲାମିକ ଷ୍ଟେଟ ଅଫ ଇରାକ ଏବଂ ସିରିଆ (ଆଇଏସଆଇଏସ୍‌) ମାଧ୍ୟମରେ ସାରା ଦେଶରେ ଆତଙ୍କବାଦୀ ଆକ୍ରମଣ କରିବା ଷଡଯନ୍ତ୍ର ସହ ଜଡିତ ଏକ ମାମଲାରେ ଏହି ଚଢାଉ କରାଯାଉଛି। ଆଇଏସଆଇଏସକୁ ଦୁନିଆର ସବୁଠାରୁ ଭୟଭୀତ ଆତଙ୍କବାଦୀ ସଂଗଠନ ଭାବେ ଗଣାଯାଏ।

ଚଢାଉ ଚାଲିଥିବା ୪୪ଟି ସ୍ଥାନ ମଧ୍ୟରୁ କର୍ନାଟକର ଗୋଟିଏ ସ୍ଥାନ ରହିଛି। ଏଥିସହିତ ପୁଣେରେ ୨ଟି, ଥାନେ ଗ୍ରାମୀଣରେ ୩୧ଟି, ଥାନେ ସିଟିରେ ୯ଟି ଏବଂ ଭୟାନ୍ଦରରେ ଗୋଟିଏ ସ୍ଥାନରେ ଏନଆଇଏ ଅଧିକାରୀମାନେ ଚଢାଉ କରିଛନ୍ତି। ଭାରତରେ ଆତଙ୍କବାଦ ଏବଂ ହିଂସା ବିସ୍ତାର ପାଇଁ ଆତଙ୍କବାଦୀ ସଂଗଠନର ଯୋଜନାକୁ ଖଣ୍ଡନ କରିବା ପାଇଁ ଏନଆଇଏ ଏକ ବ୍ୟାପକ ଅନୁସନ୍ଧାନ କରୁଛି। ପୂର୍ବରୁ ମଧ୍ୟ ଏଭଳି ଚଢାଉ କରାଯାଇ ଅନେକ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଏହି ଦିନ ଗଡ଼ିବ ଭାରତର ପ୍ରଥମ ବୁଲେଟ୍ ଟ୍ରେନ୍: ବୁକ୍ କରନ୍ତୁ ଟିକେଟ୍

ନୂଆଦିଲ୍ଲୀ,୧।୧: ଭାରତୀୟ ପରିବହନ କ୍ଷେତ୍ରରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଘୋଷଣା ଅନୁଯାୟୀ, ଆସନ୍ତା ଅଗଷ୍ଟ ୧୫,...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

୧୩ ସରକାରୀ ଯୋଜନା ବିଷୟରେ ଜାଣିବେ ଯୋଗ୍ୟ ହିତାଧିକାରୀ, ଓ୍ବାର୍ଡକୁ ଓ୍ବାର୍ଡ ବୁଲି…

କୋରାପୁଟ,୧ା୧(ଅମିତାଭ ବେହେରା): ଗୁରୁବାର କୋରାପୁଟ ପୌର ପରିଷଦ କାର୍ଯ୍ୟାଳୟ ପରିସରରେ ସହଯୋଗ ଭ୍ରାମ୍ୟମାଣ ସହାୟତା କେନ୍ଦ୍ର ବା ସଚେତନତା ରଥ ଉଦ୍‌ଘାଟିତ ହୋଇଯାଇଛି। କୋରାପୁଟ ବିଧାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri