Posted inଜାତୀୟ

କାହା ମୁଣ୍ଡରେ ସୁନା କଳସ, କିଏ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, କଳ୍ପନାଜଳ୍ପନା ଜାରି…

ଭୋପାଳ,୧୧।୧୨ : ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳ ବୈଠକ ସୋମବାର ଅନୁଷ୍ଠିତ ହେବାକୁ ଯାଉଛି। ଭାଜପା ରାଜ୍ୟ ସଭାପତି ସମସ୍ତ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ହେବାକୁ ଆମନ୍ତ୍ରଣ କରିଛନ୍ତି। ନିମନ୍ତ୍ରଣ ପତ୍ରରେ ଦିଆଯାଇଥିବା ସୂଚନା ଅନୁଯାୟୀ ଭୋପାଳର ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ।

ରାଜ୍ୟରେ ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ନେତା ବାଛିବା ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଭୋପାଳ ଅଭିମୁଖେ ଯାତ୍ରା କରିଛନ୍ତି। ଭୋପାଳରେ ଅପରାହ୍ନ ୪ ଟା ବେଳେ ଭାଜପା ବିଧାନୟକ ଦଳର ଏକ ବୈଠକ ହେବାକୁ ଯାଉଛି।

ଶିବରାଜ ସିଂ ଚୌହାନଙ୍କ ପରି ଜଣେ ବରିଷ୍ଠ ନେତା ପୁଣି ଥରେ ରାଜ୍ୟର କ୍ଷମତା ଦଖଲ କରିବେ କି ନାହିଁ ସେ ନେଇ ଅନେକ ଆଲୋଚନା ଜାରି ରହିଛି।

ବୈଠକ ପୂର୍ବରୁ ସିଏମ ପଦବୀ ସମ୍ପର୍କରେ କୌଣସି ପ୍ରକାର ପ୍ରତିକ୍ରିୟା ନ ଦେବାକୁ ଭାଜପା ସମସ୍ତ ବିଧାୟକଙ୍କୁ ଅନୁରୋଧ କରିଛି। ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନର ଫଳାଫଳ ପରେ ସିଏମଙ୍କ ନାମ ସ୍ଥିର କରିବାକୁ ଏତେ ସମୟ ଲାଗିଛି।

ଭାଜପାର ୧୬୩ ବିଧାୟକଙ୍କୁ ଏହି ସଭାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛଇ। ସୂଚନା ଅନୁଯାୟୀ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଓବିସି ମୋର୍ଚ୍ଚା ମୁଖ୍ୟ ଡ. କେ, ଲକ୍ଷ୍ମଣ ଏବଂ ଜାତୀୟ ସଚିବ ଆଶା ଲାକ୍ରା ମଧ୍ୟ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ଉପସ୍ଥିତ ରହିବେ। ଭାଜପାର ଅଧିକାଂଶ ବିଧାୟକ ଭୋପାଳରେ ପହଞ୍ଚିଛନ୍ତି।

ସିଏମ ଦୌଡ଼ରେ ଚାରିଥର ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ସିଂ ଚୌହ୍ବାନଙ୍କ ନାମ ଆଗରେ ରହିଛି। ସେ ୨୦୦୫, ୨୦୦୮, ୨୦୧୩ ଏବଂ ୨୦୨୦ରେ ସେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri