Posted inଖେଳ

କ୍ରିକେଟକୁ ବିଦାୟ ଦେଲେ ପାକିସ୍ତାନର ଏହି କିମ୍ବଦନ୍ତୀ ଖେଳାଳି

ନୂଆଦିଲ୍ଲୀ,୧୧।୧୨: ପାକିସ୍ତାନ ଖେଳାଳି ଅସଦ ଶଫିକ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ଅସଦ ଦୀର୍ଘ ସମୟ ଧରି ପାକିସ୍ତାନ କ୍ରିକେଟ ଦଳରୁ ବାହାରେ ଥିଲେ। ଅବସର ସମ୍ପର୍କରେ ସେ କହିଛନ୍ତି, କ୍ରିକେଟ ପ୍ରତି ତାଙ୍କର ଆଉ ଉତ୍ସାହ ନାହିଁ। ଏହା ବ୍ୟତୀତ ସେ ଏହା ମଧ୍ୟ କହିଛନ୍ତି ଯେ ଅନ୍ତର୍ଜାତୀୟ କ୍ରିକେଟ ଖେଳିବା ପାଇଁ ତାଙ୍କର ଫିଟ୍‌ନେସ ସାଥ୍‌ ଦେଉନାହିଁ।

ଶଫିକ କହିଛନ୍ତି, ମୋର କ୍ରିକେଟ ଖେଳିବାକୁ ଉତ୍ସାହ ନାହିଁ। ତେଣୁ ମୁଁ ସମସ୍ତ କ୍ରିକେଟକୁ ବିଦାୟ ଦେବାକୁ ସ୍ଥିର କଲି। ମୋତେ ପିସିବିରୁ ଏକ ଚୁକ୍ତିନାମା ମିଳିଛି ଏବଂ ମୁଁ ଏହା ଉପରେ ଧ୍ୟାନ ଦେଉଛି ଏବଂ ଆଶା କରୁଛି ଏହା ଶୀଘ୍ର ପ୍ରକ୍ରିୟାକରଣ କରାଯିବ।

୨୦୧୦ରେ ଅନ୍ତର୍ଜାତୀୟ କ୍ରିକେଟରେ ପ୍ରବେଶ କରିଥିବା ଅସଦ ଶଫିକ ତାଙ୍କ କ୍ୟାରିୟରରେ ୭୭ ଟି ଟେଷ୍ଟ, ୬୦ଟି ଦିନିକିଆ ଏବଂ ୧୦ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିଛନ୍ତି। ୧୨୮ ଟେଷ୍ଟ ଇନିଂସରେ ସେ ହାରାହାରି ୩୮.୧୯ ରେ ୪୬୬୦ ରନ ସଂଗ୍ରହ କରିଛନ୍ତି। ଯେଉଁଥିରେ ୧୨ ଶତକ ଏବଂ ୨୭ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ ରହିଛି। ଦିନିକିଆର ୫୮ ଇନିଂସରେ ବ୍ୟାଟିଂ କରି ସେ ହାରାହାରି ୨୪.୭୪ରେ ୧୩୩୬ ରନ ସଂଗ୍ରହ କରିଥିଲେ, ଯେଉଁଥିରେ ୯ ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ । ଏହା ବ୍ୟତୀତ ଟି -୨୦ ଇଣ୍ଟରନ୍ୟାଶନାଲରେ ୧୦ଇନିଂସରେ ତାଙ୍କ ବ୍ୟାଟରୁ ୧୯୨ ରନ ସ୍କୋର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri