Posted inଜାତୀୟ

ଜମ୍ମୁ-କଶ୍ମୀର ସହ ଜଡିତ ୨ଟି ବିଲ୍‌ ରାଜ୍ୟ ସଭାରେ ପାରିତ

ନୂଆଦିଲ୍ଲୀ,୧୧।୧୨: ରାଜ୍ୟ ସଭାରେ ସୋମବାର ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍‌, ୨୦୨୩ ଏବଂ ଜମ୍ମୁ-କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍‌ ୨୦୨୩ ପାରିତ ହୋଇଛି। ଆଲୋଚନା ପରେ ଭଏସ ଭୋଟ ଦ୍ୱାରା ଏହି ବିଲ୍‌କୁ ଅନୁମୋଦନ କରାଯାଇଛି। ଶେଷରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ନିଜର ପକ୍ଷ ରଖିବା ସହ ବିଲ୍‌କୁ ବିରୋଧ କରୁଥିବା ବିରୋଧୀଙ୍କ ଉପରେ ଜୋରଦାର ବର୍ଷିଥିଲେ।

ଜମ୍ମୁ-କଶ୍ମୀର ସହିତ ଜଡିତ ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଅନେକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଅଛି । ଏଥିରେ ଅନୁସୂଚିତ ଜାତି (ଏସ୍‌ସି), ଅନୁସୂଚିତ ଜନଜାତି (ଏସ୍‌ଟି), ଅନ୍ୟାନ୍ୟ ସାମାଜିକ ତଥା ଶିକ୍ଷାଗତ ଆଧାରରେ ପଛୁଆ ବର୍ଗର ଲୋକଙ୍କ ପାଇଁ ଚାକିରିରେ ସଂରକ୍ଷଣ ପାଇଁ ବ୍ୟବସ୍ଥା ରହିଛି ଏବଂ ବିଧାନସଭା ଆସନ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ପୂର୍ବରୁ ଏହି ବିଲ୍‌ ଲୋକସଭାରେ ପାରିତ ହୋଇସାରିଛି।

ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍‌ ଜମ୍ମୁ-କଶ୍ମୀର ସଂରକ୍ଷଣ ଅଧିନିୟମ ୨୦୦୪ରେ ସଂଶୋଧନ କରିଥାଏ। ଏହା ଏସ୍‌ସି, ଏସ୍‌ଟି, ଅନ୍ୟାନ୍ୟ ସାମାଜିକ ଏବଂ ଶିକ୍ଷାଗତ ପଛୁଆ ଶ୍ରେଣୀର ଲୋକଙ୍କୁ ଚାକିରି ଏବଂ ବୃତ୍ତିଗତ ଅନୁଷ୍ଠାନରେ ସଂରକ୍ଷଣ ପ୍ରଦାନ କରିଥାଏ।

ଏଥି ସହିତ ଜମ୍ମୁ-କଶ୍ମୀର ପୁନର୍ଗଠନ (ସଂଶୋଧନ) ବିଲ୍‌ ଜମ୍ମୁ-କଶ୍ମୀର ପୁନର୍ଗଠନ ଅଧିନିୟମ ୨୦୧୯ରେ ସଂଶୋଧନ କରିଥାଏ। ପ୍ରସ୍ତାବିତ ବିଲ୍‌ ସହିତ ମୋଟ ବିଧାନସଭା ଆସନ ସଂଖ୍ୟା ୮୩ରୁ ୯୦କୁ ବୃଦ୍ଧି ପାଇବ। ଏଥିରେ ୭ ଟି ସିଟ୍‌ ଏସ୍‌ସି ପାଇଁ ଏବଂ ୯ଟି ସିଟ୍‌ ଏସଟି ପାଇଁ ସଂରକ୍ଷିତ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri