ଆସନ୍ତାକାଲି କୋରାପୁଟରେ ଗଡ଼ିବ ୪୮ ଲକ୍ଷ୍ମୀ ବସ୍‌, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

କୋରାପୁଟ,୧୩ା୧୨(ଅମିତାଭ ବେହେରା): କୋରାପୁଟ ଜିଲାରେ ଗୁରୁବାରଠାରୁ ଆରମ୍ଭ ହେବ ଲକ୍ଷ୍ମୀ ବସ୍‌ ଯୋଜନା। କୋରାପୁଟସ୍ଥିତ ଲାଣ୍ଡିଗୁଡ଼ା ସରକାରୀ ମହାବିଦ୍ୟାଳୟଠାରେ ଆୟୋଜିତ ଏହି ବସ୍‌ ଶୁଭାରମ୍ଭ ଉତ୍ସବରେ ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ରାଜ୍ୟ ବିଭାଗୀୟ ପ୍ରମୁଖ ସଚିବ ଉଷା ପାଢ଼ୀ, ଦୀପ୍ତେଶ ପଟ୍ଟନାୟକ, ବିଭାଗୀୟ ସଚିବ ଅମିତାଭ ଠାକୁରଙ୍କ ସମେତ ଜିଲାର ସମସ୍ତ ବିଧାୟକ ଓ ବିଜେଡି ଜିଲା ସଭାପତି ଝିନ ହିକ୍‌କା, କୋରାପୁଟ ମ୍ୟୁନିସିପାଲିଟି ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ପଦସ୍ଥ ଜିଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହିବେ। ପ୍ରଥମ ପର୍ଯ୍ୟାୟରେ କୋରାପୁଟ ଜିଲାର ଥିବା ୧୪ଟି ବ୍ଲକ ରୁଟ୍‌ରେ ସମୁଦାୟ ୪୮ଟି ଲକ୍ଷ୍ମୀ ବସ୍‌କୁ ଭି କନ୍‌ଫରେନ୍ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ। ପରବର୍ତ୍ତୀ ସମୟରେ ଜିଲାରେ ଆଉ ୧୮ଟି ଲକ୍ଷ୍ମୀ ବସ୍‌ ଚାଲିବ ବୋଲି ବିଭାଗ ପକ୍ଷରୁ ଜଣାଯାଇଛି। ଏହାଦ୍ୱାରା ବିଶେଷ କରି ଛାତ୍ରୀଛାତ୍ର, ଚାଷୀ, ମହିଳା, ବୟସ୍କ ବ୍ୟକ୍ତିମାନେ ସୁଲଭ ଦରରେ ଯାତ୍ରା କରିପାରିବେ। ଏହାଦ୍ୱାରା ଗ୍ରାମାଞ୍ଚଳ ଲୋକେ ସୁବିଧାରେ ଜିଲା ସଦର ମହକୁମା ଓ ବ୍ଲକ ସଦର ମହକୁମାକୁ ଏହି ଲକ୍ଷ୍ମୀ ବସ୍‌ ଯୋଗେ ଯିବା ଆସିବା କରିପାରିବେ ବୋଲି କୋରାପୁଟ ଆଞ୍ଚଳିକ ପରିବହନ ଅଧିକାରୀ ମାନସ ମିଶ୍ର ସୂଚନା ଦେଇଛନ୍ତି। ବୁଧବାର ଏନେଇ କୋରାପୁଟରେ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri