ଏଇ ଭାରତରେ

କଦଳୀ ଚାଷରେ ଲାଭ ନାହିଁ ବୋଲି ଯେଉଁମାନେ କୁହନ୍ତି ସେମାନେ କେରଳର ବିନୋଦ ଶହଦେବନ ନାୟରଙ୍କ ଚାଷ ପଦ୍ଧତିକୁ ଅନୁକରଣ କରିବା ଦରକାର। ବିନୋଦ ୫୦୦କିସମର କଦଳୀ ଚାଷ କରି ସେଥିରୁ ମାସକୁ ୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। କେବଳ ଏତିକି ନୁହେଁ ସେ ୫୦୦ ପ୍ରକାର କଦଳୀ ଚାରା ମଧ୍ୟ ଲୋକଙ୍କୁ ମାଗଣାରେ ବାଣ୍ଟୁଛନ୍ତି। ବିନୋଦ ରହନ୍ତି ଥିରୁଭାନନ୍ତପୁରମରେ। ତାଙ୍କୁ ବୟସ ଏବେ ୬୩। ସେ ପଦାର୍ଥ ବିଜ୍ଞାନରେ ଡିଗ୍ରୀ ହାସଲ କରିବା ପରେ କୋଚିରେ ଓ୍ବେବ୍‌ ଡିଜାଇନ ଫାର୍ମ ଆରମ୍ଭ କରିଥିଲେ। ତାଙ୍କ ମା’ଙ୍କର ଦେହାନ୍ତ ପରେ ସେ ଘରକୁ ଫେରିଆସି କଦଳୀ ଚାଷ ଆରମ୍ଭ କଲେ। ଲୋକେ ତାଙ୍କୁ ‘ବାନାନା ମ୍ୟାନ୍‌’ ବୋଲି ସମ୍ବୋଧନ କରୁଛନ୍ତି। ବିଶ୍ୱରେ ୧,୦୦୦ ପ୍ରକାର କଦଳୀ ଥିବାବେଳେ ବିନୋଦ ୫୦୦ ପ୍ରକାର କଦଳୀ ଚାଷ କରିବା ଏକ ବିରଳ ସଫଳତା। ଏଥିରେ ବହୁ ବିଦେଶୀ କିସମର କଦଳୀ ଅଛି। ଚାଷ ପାଇଁ ବିନୋଦ ମାଲେସିଆ, ଆଫ୍ରିକା, ଅଷ୍ଟ୍ରେଲିଆ, ହୋଣ୍ଡୁରାସ ଆଦି ଦେଶ ଭ୍ରମଣ କରିଛନ୍ତି। ଉତ୍ପାଦିତ କଦଳୀକୁ ସେ ହୋଲସେଲ ମାର୍କେଟରେ ବିକ୍ରି କରନ୍ତି। ବିନୋଦ କଦଳୀ ଚାଷ ସମ୍ପର୍କରେ ଲୋକଙ୍କୁ ମାଗଣାରେ ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଶିକ୍ଷା ଓ ଶିକ୍ଷକ

ଶିକ୍ଷା ହେଉଛି ଗୋଟିଏ ଦେଶର ସବୁଠୁ ମୌଳିକ ଓ ଶକ୍ତିଶାଳୀ ସାମାଜିକ ଭିତ୍ତିଭୂମି। ଏହା କେବଳ ପାଠପଢ଼ା, ପରୀକ୍ଷା, ସାର୍ଟିଫିକେଟ କିମ୍ବା ଚାକିରି ପାଇବାର ଉପାୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଏବର ଚାଷବାସ

କୃଷି ବିନା ସମ୍ଭବ ନୁହେଁ ଖୁସି। ଖୁସି ସେହିଠାରୁ ଆସେ ଯେଉଁଠି ଥାଏ ଅନ୍ନ। ଅନ୍ନଗ୍ରହଣ ନାଶକରେ ଭୋକ। ଭୋକରୁ ଉତ୍ତୀର୍ଣ୍ଣ ହେବାକୁ ହେଲେ ମାଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri