ଭଗବାନପୁର-କଞ୍ଚିଲୋରେ ହାତୀ ଉପଦ୍ରବ: ପାଚିଲା ଧାନଫସଲ କଲେ ନଷ୍ଟ

ନିରାକାରପୁର,୧୬ା୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନରଣଗଡ଼ ପଞ୍ଚାୟତ ଅଧିନସ୍ଥ କଞ୍ଚିଲୋ ଓ ଭଗବାନପୁର ମୌଜାରେ ଥିବା ଧାନ ବିଲରେ ୨୩ ଟିକିଆ ହାତୀପଲ ପଶି ପ୍ରାୟ ୧୫ ଏକରରୁ ଊର୍ଦ୍ଧ୍ୱ ଧାନ ଜମିରେ ଅମଳ ହେବାକୁ ଥିବା ଧାନଫସଲ ଯେତିକି ଖାଇଛନ୍ତି ତା’ଠାରୁ ଦଶ ଗୁଣ ଧାନଫସଲ ଦଳିଚକଟି ନଷ୍ଟ କରିଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଚାଷୀ ସତ୍ୟପୀର ସ୍ବାଇଁଙ୍କ ଅଭିଯୋଗ ଅନୁଯାୟୀ, ତାଙ୍କର ପ୍ରାୟ ଏକରରୁ ଊର୍ଦ୍ଧ୍ୱ ଜମି ଧାନ କଟା ହେବାକୁ ଥିବା ବେଳେ ସେଗୁଡିକ ଏହି ହାତୀପଲ ଦଳିଚକଟି ନଷ୍ଟ କରିଛନ୍ତି। ସେହିପରି ଭୀମ ବାରିକ, ଅଭିମନ୍ୟୁ ବେହେରା ପ୍ରମୁଖ ଚାଷୀଙ୍କର ମଧ୍ୟ ବ୍ୟାପକ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ହେଲେ ଏନେଇ ବାରମ୍ବାର ବିଭାଗକୁ ହାତୀ ଘଉଡ଼ାଇବା ନିମନ୍ତେ ଯୋଗାଯୋଗ କଲେ ସୁଦ୍ଧା କେହି ଆମ ଗୁହାରି ଶୁଣୁ ନ ଥିବା ସେମାନେ ଅଭିଯୋଗ କରିଛନ୍ତ। ହାତୀଙ୍କ ଭୟରେ ଚାଷୀମାନେ ଜମିକୁ ଧାନ ଅମଳ ଯିବାକୁ ଡରୁଥିବା ଅନେକ ଚାଷୀ ପ୍ରକାଶ କରିଛନ୍ତି। ଏନେଇ ଭୂଷଣ୍ଡପୁର ଫରେଷ୍ଟର ପ୍ରଶାନ୍ତ କୁମାର ଦାଶଙ୍କୁ ପଚାରିବାରେ ଉକ୍ତ ଅଞ୍ଚଳରେ ଅଦ୍ୟାବଧି ୨୩ଟି ହାତୀ ରହିଛନ୍ତି। ସେମାନଙ୍କ ଗତିବିଧି ଉପରେ ଆମେ ନଜର ରଖିଛୁ। ଯେଉଁ ଚାଷୀମାନଙ୍କର ଫସଲ ନଷ୍ଟ ହୋଇଛି ତାଙ୍କର ଯାଞ୍ଚ କରାଯାୟୀ ସରକାରୀ ହିସାବରେ ଯାହା ପାଇବା କଥା ସେମାନେ ପାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri