ଧାମନଗରର ଖାନୱାରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୮।୧୨: ଧାମନଗରରେ ଥିବା ମୁସଲମାନ ସମ୍ପ୍ରଦାୟର ପ୍ରସିଦ୍ଧ ଧାର୍ମିକ ସ୍ଥଳ ଖାନୱାରେ ଏକ ପାଣି ଟାଙ୍କୀ ସହିତ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କ ଧାମନଗର ଗସ୍ତ ଅବସରରେ ଖାନୱାର ଏକ ପ୍ରତିନିଧି ଦଳ ତାଙ୍କୁ ଭେଟି ଏ ବିଷୟରେ ଅନୁରୋଧ କରିଥିଲେ। ପାଣ୍ଡିଆନ ଏହି ଅନୁରୋଧ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ। ସେମାନଙ୍କ ଅନୁରୋଧକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପାଣି ଟାଙ୍କୀ ଓ ଜଳଯୋଗାଣ ସୁବିଧା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ, ପୀରବାବା ହୁଜୁର ମୁଜାହିଦ ଏ ମିଲାତପେଙ୍କ ଅନୁଗାମୀମାନେ ପ୍ରତିଦିନ ବହୁ ସଂଖ୍ୟାରେ ଖନୱାକୁ ଆସିଥାନ୍ତି। ପୀରବାବା ହୁଜୁର ମୁଜାହିଦଙ୍କ ଉର୍ସ ଉତ୍ସବ ସମୟରେ ଏଠାରେ ବିଶେଷ ଭିଡ ପରିଲକ୍ଷିତ ହୋଇଥାଏ। ସେଠାରେ ଜଳଯୋଗଣରେ ଉନ୍ନତି ହେବା ଦ୍ୱାରା ଛାତ୍ରଛାତ୍ରୀ, ତୀର୍ଥଯାତ୍ରୀ, ଉର୍ସ ମୁଜାହିଦ ଏ ମିଲାତ କମିଟିର ସଦସ୍ୟମାନଙ୍କ ସମେତ ୨ ଲକ୍ଷ ଭକ୍ତ ଉପକୃତ ହେବେ । ସେମାନଙ୍କ ଅସୁବିଧାର ତୁରନ୍ତ ସମାଧାନ ହୋଇଥିବାରୁ ଧାମନଗର ଅଞ୍ଚଳର ମୁସଲମାନ ଭାଇ ଓ ଭଉଣୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇବା ସହିତ ଗଭୀର କୃତଜ୍ଞତା ବ୍ୟକ୍ତ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri