ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧୪ ଛୁଇଁଲା, ୨୪ ଘଣ୍ଟାରେ ୩ ମୃତ…

ନୂଆଦିଲ୍ଲୀ,୨୦।୧୨ : ପୁଣିଥରେ ଭାରତରେ କରୋନା ଭାଇରସ ସଂକ୍ରମଣ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ତିନି ଜଣଙ୍କ ମୃତ୍ୟୁ ସହିତ ସାରା ଦେଶରେ ମୃତ୍ୟୁ ସଂଖ୍ୟା ୫,୩୩,୩୨୧କୁ ବୃଦ୍ଧି ପାଇଛି ।

ଭାରତରେ ୬୧୪ ନୂତନ କରୋନା ଭାଇରସ ମାମଲା ରେକର୍ଡ କରାଯାଇଛି। ଯାହା ମେ ୨୧ ଠାରୁ ସର୍ବାଧିକ ରହିଛି। ଏହା ସହିତ ସକ୍ରିୟ ମାମଲା ୨,୩୧୧ କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟରେ କୁହାଯାଇଛି ଦେଶରେ କରୋନା ମାମଲା ବର୍ତ୍ତମାନ ସାଢ଼େ ୪ କୋଟିକୁ ବୃଦ୍ଧି ପାଇଛି।

କରୋନା ଭାଇରସରୁ ସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୪,୪୪,୭୦,୩୪୬ କୁ ବୃଦ୍ଧି ପାଇଛି। ଜାତୀୟ ସୁସ୍ଥତା ହାର ୯୮.୮୧ ପ୍ରତିଶତରେ ପହଞ୍ଚିଛି। ମୃତ୍ୟୁ ହାର ବର୍ତ୍ତମାନ ୧.୧୯ ପ୍ରତିଶତ ରହିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ସମଗ୍ର ଦେଶରେ ୨୨୦.୬୭ ଡୋଜ କୋଭିଡ ଟିକା ଦିଆଯାଇଛି।

କରୋନା ଭାଇରସ ସଂକ୍ରମଣ ଯୋଗୁ ପୁଣି ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ୨୪ ଘଣ୍ଟାରେ କେରଳରେ ୨୯୨ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହା ସହିତ କେରଳରେ ସକ୍ରିୟ ମାମଲା ସଂଖ୍ୟା ୨୦୪୧ କୁ ବୃଦ୍ଧି ପାଇଛି। ୩ ଜଣଙ୍କ ମୃତ୍ୟୁ ସହିତ,ଗତ ତିନି ବର୍ଷ ମଧ୍ୟରେ କେରଳରେ କରୋନା ଭାଇରସ କାରଣରୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୭୨,୦୭୬ କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ୨୨୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ମାମଲା ୬୮,୩୭, ୨୦୩କୁ ବୃଦ୍ଧି ପାଇଛି। କେରଳ ସ୍ବାସ୍ଥ୍ୟମନ୍ତ୍ରୀ ଭୀନା ଜର୍ଜ କହିଛନ୍ତି କେରଳରେ ବଢୁଥିବା କରୋନା ମାମଲାରେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ, କାରଣ ଏହି ସଂକ୍ରମଣ ସହ ମୁକାବିଲା ପାଇଁ ରାଜ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ।

ରାଜ୍ୟର ଆକ୍ରାନ୍ତଙ୍କ ପାଇଁ ବିଶେଷ ସୁବିଧା ଯୋଗାଇବା ଏବଂ ଡାକ୍ତରଖାନାରେ ଆଇସୋଲେଶନ ୱାର୍ଡ, ଅମ୍ଳଜାନ ଶଯ୍ୟା, ଆଇସିୟୁ ବେଡ ଏବଂ ଭେଣ୍ଟିଲେଟର ଉପଲବ୍ଧତା ନିଶ୍ଚିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତିି।

କରୋନା ରୋଗର ବୃଦ୍ଧି ଏବଂ ଶ୍ୱାସ ସମସ୍ୟାରେ ପୀଡିତ ଲୋକଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ବୁଧବାର ରାଜ୍ୟ ଅଧିକାରୀମାନଙ୍କ ସହ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ ଏବଂ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅଧିକାରୀମାନେ ଯୋଗ ଦେଇଥିଲେ। ଏହି ସମୟରେ ସ୍ବାସ୍ଥ୍ୟ ସୁବିଧା ଏବଂ ପ୍ରସ୍ତୁତି ତଥା ସଂକ୍ରମଣକୁ ରୋକିବା ପାଇଁ ପଦକ୍ଷେପ ଉପରେ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri