ଜିଆର୍‌ଏସ୍‌ ବହିଷ୍କାର ଘଟଣା: ଜାନୁୟାରୀ ୯କୁ ଘୁଞ୍ଚିଲା ଶୁଣାଣି

ହାଟଡିହୀ,୨୦ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବାଲିବରେଇ ପଞ୍ଚାୟତର ପୂର୍ବତନ ଜିଆର୍‌ଏସ୍‌ ପୂର୍ଣ୍ଣେନ୍ଦୁ କୁମାର ଥାଟୋଇଙ୍କୁ ଜିଲାପାଳଙ୍କ ଆଦେଶ ନଂ ୮୯୫୫/୨୮.୧୧.୨୦୨୩ରେ ଚାକିରିରୁ ବହିଷ୍କାର କରିଥିଲେ। ଉକ୍ତ ବହିଷ୍କାର ଆଦେଶ ବିରୋଧରେ ଜିଆର୍‌ଏସ୍‌ ଥାଟୋଇ ଗତ ୪.୧୨.୨୦୨୩ରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ l କେସ୍‌ ନଂ ଡବ୍ଲ୍ୟୁପି(ସି) ୩୯୬୧୧/୨୦୨୩ରେ ଏକ ମାମଲା ଦାୟର କରିଥିଲେ। କେନ୍ଦୁଝର ଜିଲାପାଳ, ଜିଲା ପରିଷଦ ସିଡିଓ ତଥା ଇଓ,ହାଟଡିହୀ ଏବଂ ତେଲକୋଇ ବ୍ଲକ ବିଡିଓଙ୍କୁ ପକ୍ଷଭୁକ୍ତ କରିଥିଲେ। ଗତ ୬.୧୩.୨୦୨୩ରେ ଉକ୍ତ ମାମଲାର ଶୁଣାଣି ହୋଇଥିଲା। ଦୁଇ ସପ୍ତାହ ପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କିମ୍ବା ବହିଷ୍କାର କରାଯିବନି ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୯କୁ ଧାର୍ଯ୍ୟ ହୋଇଥିଲା l ତେବେ ଏହି ଶୁଣାଣି ଆସନ୍ତା ୨୦୨୪ଜାନୁୟାରୀ ୯କୁ ଘୁଞ୍ଚିଛି। ଏଥିସହ ମଧ୍ୟବର୍ତ୍ତୀକାଳୀନ ଆଦେଶ ପରବର୍ତ୍ତୀ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ସୂଚନାଯୋଗ୍ୟ ଜିଆର୍‌ଏସ୍‌ ଥାଟୋଇ କିଛି ମାସ ପୂର୍ବରୁ ହାଟଡିହୀ ବ୍ଲକରୁ ତେଲକୋଇ ବ୍ଲକକୁ ବଦଳି ହୋଇଥିଲେ। ବିଭିନ୍ନ ସରକାରୀ ଯୋଜନାରେ ଅନିୟମିତତା ଏବଂ କାର୍ଯ୍ୟରେ ଅବହେଳା ହୋଇଥିବା ନେଇ ବିଚାର କରି ଜିଲାପାଳ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri