Posted inଜାତୀୟ

ରାମ ମନ୍ଦିର ଉଦ୍‌ଘାଟନୀରେ ଯୋଗ ଦେବନି କଂଗ୍ରେସ!

ନୂଆଦିଲ୍ଲୀ,୨୧।୧୦: ରାମ ମନ୍ଦିର ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ନେଇ ଅଯୋଧ୍ୟାରେ ଭବ୍ୟ ଆୟୋଜନ ଆରମ୍ଭ ହୋଇଛି। ଜାନୁୟାରୀ ୨୨ରେ ହେବାକୁ ଥିବା ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ୮ହଜାର ଅତିଥି ଉପସ୍ଥିତ ରହିବେ। ଏଥିରେ ବଡ ବଡ ବ୍ୟବସାୟୀ, ଶିଳ୍ପପତି, ନେତା, ସନ୍ଥ, ସେଲିବ୍ରେଟି ମଧ୍ୟ ସାମିଲ ହେବେ। ସେହିପରି ବିରୋଧୀ ଦଳ କଂଗ୍ରେସରୁ ସୋନିଆ ଗାନ୍ଧୀ, ମଲ୍ଲିକାର୍ଜ୍ଜୁନ ଖାର୍ଗେ, ଲୋକସଭା ବିରୋଧୀ ଦଳ ନେତା ଅଧିର ରଞ୍ଜନ ଚୌଧୁରୀଙ୍କୁ ମଧ୍ୟ ନିମନ୍ତ୍ରଣ ପଠାଯାଇଛି। ଏଥିସହ ପୂର୍ବ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ଏଚଡି ଦେବଗୌଡାଙ୍କୁ ମଧ୍ୟ ଡକାଯାଇଛି। ଅନ୍ୟପଟେ ଉତ୍ସବରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ନିମନ୍ତ୍ରଣ କରାଯାଇ ନାହିଁ। ତେବେ ଏହାରି ଭିତରେ ଏକ ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, କଂଗ୍ରେସ ନେତା ଏହି ଆୟୋଜନରେ ଯୋଗ ଦେଇ ନ ପାରନ୍ତି ବୋଲି ଅନୁମାନ କରାଯାଉଛି।

ଶ୍ରୀ ରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସବୁ ଅତିଥିଙ୍କୁ ନିମନ୍ତ୍ରଣ କରାଯାଉଛି। ସୋନିଆ ଗାନ୍ଧୀ ସମେତ କଂଗ୍ରେସର ଅନ୍ୟ ବରିଷ୍ଠ ନେତାଙ୍କୁ ଟ୍ରଷ୍ଟ ପ୍ରତିନିଧୀମାନେ ନିମନ୍ତ୍ରଣ ଦେଇଛନ୍ତି। ଏହାରି ଭିତରେ କଂଗ୍ରେସ ନେତାମାନେ କାର୍ଯ୍ୟକ୍ରମରେ ଯୋଗ ନ ଦେବା ନେଇ ଚର୍ଚ୍ଚା ଜୋର ଧରିଛି। ଏହାକୁ ନେଇ ଭାଜପା କଂଗ୍ରେସ ବିରୋଧରେ ହିନ୍ଦୁତ୍ୱ କାର୍ଡରେ ଆକ୍ରମଣ କରିପାରେ। ଯଦି କଂଗ୍ରେସ ନେତା କାର୍ଯ୍ୟକ୍ରମରେ ଯୋଗ ନ ଦିଅନ୍ତି ତେବେ ୨୪ ନିର୍ବାଚନରେ ବିରୋଧୀଙ୍କୁ ନିଶାଣ କରିବା ପାଇଁ ଭାଜପା ଏହାକୁ ନେଇ ବଡ ଗୋଟି ଚାଲଣ କରିପାରେ ବୋଲି ଅନୁମାନ କରାଯାଉଛି। ଉଦ୍‌ଘାଟନୀ ଉତ୍ସବ ଯୋଗ ଦେବେ କି ନାହିଁ ଏସମ୍ପର୍କରେ କଂଗ୍ରେସ ଏପର୍ଯ୍ୟନ୍ତ କୌଣସି ବୟାନ ଜାରି କରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri