Posted inଜାତୀୟ

ଶହୀଦଙ୍କ ବଳିଦାନକୁ ସର୍ବଦା ମନେ ରଖିବ ଦେଶ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୧୨: ଜମ୍ମୁ କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪ ଜଣ ସୈନିକ ଶହୀଦ ହୋଇଛନ୍ତି। କଂଗ୍ରେସ ନେତା ରାହୁଲ ମଧ୍ୟ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ଏବଂ ଆହତ ସୈନିକମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି, ଶହୀଦ ସୈନିକମାନଙ୍କୁ ମୋର ନମ୍ର ଶ୍ରଦ୍ଧାଞ୍ଜଳି, ଏହି ଦେଶ ତୁମର ବଳିଦାନକୁ ସର୍ବଦା ମନେ ରଖିବ। ଆହତ ସୈନିକମାନଙ୍କର ଶୀଘ୍ର ଆରୋଗ୍ୟ ଏବଂ ଶହୀଦ ସୈନିକମାନଙ୍କ ଆତ୍ମାର ସଦଗତି କାମନା କରୁଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଉଛି।
ଗୁରୁବାର ସକାଳେ ଦୁଇ ଆତଙ୍କବାଦୀ ଜମ୍ମୁ କଶ୍ମୀରର ରାଜୌରୀ ଜିଲାର ଏକ ସେନା ଶିବିରରେ ଆତ୍ମଘାତୀ ଆକ୍ରମଣ କରିଥିଲେ। ଏଥିରେ ୪ ଜଣ ସୈନିକ ଶହୀଦ ହୋଇଥିଲେ। ଦୁଇ ଜଣ ସୈନିକ ମଧ୍ୟ ଆହତ ହୋଇଛନ୍ତି। ଚାରି ଘଣ୍ଟା ଧରି ଚାଲିଥିବା ଗୁଳି ବିନିମୟରେ ଉଭୟ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri