Odisha Elections 2024

ଅଯୋଗ୍ୟ ଘୋଷିତ ହେଲେ ଖୁଣ୍ଟିଗୋରା ସରପଞ୍ଚ, ଜାଣନ୍ତୁ କେଉଁ କାରଣ ପାଇଁ…

ଘଣ୍ଟାପଡ଼ା,୨୨।୧୨: (ପ୍ରଭାତ କୁମାର ସାହୁ)- ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡ଼ା ଥାନା ଅଧୀନ ଖୁଣ୍ଟିଗୋରା ପଞ୍ଚାୟତ ସରପଞ୍ଚ ନିର୍ବାଚନ ମାମଲାର ଶୁକ୍ରବାର ରାୟ ପ୍ରକାଶ ପାଇଛି । କୋର୍ଟ ରାୟରେ ବିଜୟୀ ସରପଞ୍ଚ ସୁନୀତା ମାଝିଙ୍କୁ ଅଯୋଗ୍ୟ ଘୋଷଣା କରିବା ସହ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଆବେଦନକାରୀ ପ୍ରଭାସିନୀ ଖଟୁଆଙ୍କୁ ବିଜୟୀ ଘୋଷଣା କରିଛନ୍ତି।
ସୂଚନା ମୁତାବକ, ୨୦୨୧ରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦବୀରେ ପ୍ରଭାସିନୀ ଖଟୁଆଙ୍କୁ ହରାଇ ସୁନୀତା ମାଝି ବିଜୟ ଲାଭ କରି ସରପଞ୍ଚ ପଦବୀରେ ଆସୀନ ହୋଇଥିଲେ । ନିର୍ବାଚନ ପରେ ପରାଜିତ ପ୍ରାର୍ଥୀ ପ୍ରଭାସିନୀ ଖଟୁଆ ଅଦାଲତର ଦ୍ୱାରସ୍ଥ ହୋଇ ତିନୋଟି ସନ୍ତାନର ଜନନୀ ହୋଇଥିବାରୁ ସୁନୀତାଙ୍କୁ ଅଯୋଗ୍ୟ ଘୋଷଣା କରିବାକୁ ନିବେଦନ କରିଥିଲେ। ମାମଲାର ଶୁଣାଣି କରି କଣ୍ଟାମାଳ ସିଭିଲ ଜଜ୍‌ ଜୁନିୟର ଡିଭିଜନ ସତ୍ୟନାରାୟଣ ଦାସ ଶୁକ୍ରବାର ତାଙ୍କ ରାୟ ପ୍ରକାଶ କରିଛନ୍ତି।
ଆବେଦନକାରୀଙ୍କ ପକ୍ଷରୁ  ବୌଦ୍ଧର ବରିଷ୍ଠ ଓକିଲ ସଚିଦାନନ୍ଦ ଦଲାଲ ମାମଲା ପରିଚାଳନା କରିଥିଲେ। ଅଦାଲତର ରାୟ ପରେ ଆବେଦନକାରୀ ପ୍ରଭାସିନୀ ଖଟୁଆ ନ୍ୟାୟର ବିଜୟୀ ହୋଇଥିବା ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଅଯୋଗ୍ୟ ପ୍ରାର୍ଥତ୍ନୀ ସୁନୀତା ମାଝିଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri