ଟ୍ୟାଙ୍କର ତଳେ ଚାପି ହୋଇ ହେଲ୍‌ପର ମୃତ, ଡ୍ରାଇଭର ଗୁରୁତର

ଛତ୍ରପୁର,୨୩।୧୨ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ମା’ ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟ ଜାତୀୟ ରାଜପଥରେ ଶନିବାର ଏକ ପାଣି ଟ୍ୟାଙ୍କର ଓଲଟି ପଡିଛି। ଫଳରେ ଟ୍ୟାଙ୍କର ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଜାତୀୟ ରାଜପଥ କଡ଼ରେ ଲଗାଯାଇଥିବା ଗଛରେ ପାଣି ଦେବା ଲାଗି ଏକ ପାଣି ଟ୍ୟାଙ୍କର ଉଜ୍ଜ୍ୱଳେଶ୍ୱରୀ ମନ୍ଦିର ନିକଟରୁ ପାଣି ନେଇ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଟ୍ୟାଙ୍କର ତଳେ ଚାପି ହୋଇ ହେଲ୍‌ପର ସାହେବ ଭୂୟାଁଙ୍କ ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ସୁଜିତ କୁମାର ଦାସ ଗୁରୁତର ଆହତ ହୋଇଛନ୍ତି।

ସ୍ଥାନୀୟ ଲୋକେ ଜେସିବି ମେଶିନ ସାହାଯ୍ୟରେ ଟ୍ୟାଙ୍କରକୁ ଉଠାଇ ଦୁହିଁଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ସୁଜିତଙ୍କୁ ଚିକିତ୍ସା ପାଇଁ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଛତ୍ରପୁର ଥାନା ପୋଲିସ, ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri