Posted inଖେଳ

ପ୍ରଶିକ୍ଷାର୍ଥୀଙ୍କୁ ସସ୍ମିତା, ବିଜୟଲକ୍ଷ୍ମୀଙ୍କ ଟିପ୍ସ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିରରେ ଶୁକ୍ରବାର ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ସସ୍ମିତା ମଲିକ ଓ ଅନ୍ତର୍ଜାତୀୟ ଖେଳାଳି ବିଜୟଲକ୍ଷ୍ମୀ ସାହୁ ଉପସ୍ଥିତ ହୋଇ ପିଲାମାନଙ୍କୁ ଟିପ୍ସ ଦେଇଥିଲେ। ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ସସ୍ମିତା ିଜ ଅତୀତ ସମ୍ପର୍କରେ ପିଲାମାନଙ୍କୁ କହିଥିଲେ। ସେ କିପରି କେନ୍ଦ୍ରାପଡ଼ାର ଏକ ଅଖ୍ୟାତ ପଲ୍ଲୀରୁ ଆସି ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢ଼ି ଭାରତୀୟ ଦଳର ଅଧିନାୟିକା ହୋଇ ପାରିଥିଲେ ତା’ର ଉଦାହରଣ ଦେଇଥିଲେ। ଫଳାଫଳକୁ ନ ଦେଖି ନିଷ୍ଠାର ସହ ସାଧନା ଜାରି ରଖିଲେ ନିଶ୍ଚିତ ସଫଳତା ମିଳିବ ବୋଲି ସେ କହିଥିଲେ। ଅନ୍ୟପକ୍ଷରେ ଜଣେ ପ୍ରତିଷ୍ଠିତ ଖେଳାଳି କିପରି ସମାଜରେ ସମ୍ମାନ ପାଇଥାଏ ତାହା ନିଜ ଅନୁଭୂତିରୁ ବର୍ଣ୍ଣନା କରିଥିଲେ ବିଜୟଲକ୍ଷ୍ମୀ। ନିରବଚ୍ଛିନ୍ନଭାବେ ଅଭ୍ୟାସ ଜାରି ରଖିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଅମୀୟ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଆସୋସିଏଶନ ସଭାପତି ତପନ ମହାନ୍ତି, ଉପସଭାପତି ପ୍ରଫୁଲ୍ଲ ମିଶ୍ର, ସମ୍ପାଦକ ଦିଲୀପ ଦାସ ପ୍ରମୁଖ ସସ୍ମିତା ଓ ବିଜୟଲକ୍ଷ୍ମୀଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri