Posted inଖେଳ

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟ

ସେଞ୍ଚୁରିଅନ୍‌,୨୬ା୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ମଙ୍ଗଳବାର ଆରମ୍ଭ ହେବ। ଭାରତୀୟ ଦଳ ୩୧ ବର୍ଷ ହେବ ଦକ୍ଷିଣ ଆଫ୍ରିକାରେ ଗୋଟିଏ ବି ଟେଷ୍ଟ ସିରିଜ୍‌ ଜିତି ନ ଥିବା ବେଳେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ଏହାକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବ। ଦକ୍ଷିଣ ଆଫ୍ରିକା ୧୯୯୨ରେ ଟେଷ୍ଟ ମାନ୍ୟତା ପାଇଥିଲା। ଇତି ମଧ୍ୟରେ ଭାରତ୯ ଥର ଦକ୍ଷିଣ ଆଫ୍ରିକା ଗସ୍ତ କରି ସାରିଛି। ତେବେ ଥରେ ମଧ୍ୟ ଦଳ ସିରିଜ୍‌ ବିଜୟୀ ହେବାରେ ସମର୍ଥ ହୋଇନାହିଁ। ସୁପର ସ୍ପୋର୍ଟ ପାର୍କରେ ଖେଳା ଯିବାକୁ ଥିବା ଏହି ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦୁଇ ଦିନରେ ପ୍ରବଳ ବର୍ଷା ଆଶଙ୍କା କରାଯାଇଥିବା ବେଳେ ପେସ୍‌ ବୋଲରଙ୍କୁ ସହାୟତା ମିଳିବ॥

ଏପରି ସ୍ଥିତିରେ ଭାରତ ନିଜର ପ୍ରାଇମ ବୋଲର ମହମ୍ମଦ ଶାମିଙ୍କୁ ମିସ୍‌ କରିବ। ଦିନିକିଆ ବିଶ୍ୱକପର ଫାଇନାଲ ମ୍ୟାଚ୍‌ର ପରାଜୟ ପରେ ପ୍ରଥମ ଥର ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ଆକ୍ସନରେ ଦେଖିବାକୁ ମିଳିବ। ଅଧିନାୟକ ଭାବରେ ସଚିନ୍‌ ତେନ୍ଦୁଲକର(୧୯୯୬) ଓ ମହମ୍ମଦ ଆଝାରୁଦ୍ଦିନ ଗୋଟିଏ ବି ବିଜୟ ହାସଲ କରିପାରି ନ ଥିଲେ। ଅନ୍ୟ ପକ୍ଷରେ ସୌରଭ ଗାଙ୍ଗୁଲି(୨୦୦୧), ରାହୁଲ ଡ୍ରାଭିଡ୍‌(୨୦୦୬-୦୭), ମହେନ୍ଦ୍ର ସିଂ ଧୋନୀ (୨୦୧୦-୧୧), (୨୦୧୩-୧୪) ଏବଂ ବିରାଟ କୋହଲି(୨୦୧୮-୧୯) ଓ (୨୦୨୧-୨୨)ରେ ଟେଷ୍ଟ ମ୍ୟାଚରେ ବିଜୟ ହାସଲ କରିଥିଲେ ହେଁ ସିରିଜ୍‌ ବିଜୟରେ ସମର୍ଥ ହୋଇ ନ ଥିଲେ। ଏହି ଧାରାକୁ ଭାଙ୍ଗିବାକୁ ଚାହିଁବେ ରୋହିତ ଶର୍ମା। ବିଶ୍ୱକପ ପରାଜୟକୁ ଭୁଲି ଭାରତ ସେହି ସଫଳତା ହାସଲ କରିବାକୁ ଚାହିଁବ ଯାହା ପୂର୍ବର କୌଣସି ଦଳ ହାସଲ କରି ପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri