ଆଜି ଭାଜପାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ ଡାକରା

ରାୟଗଡ଼ା,୨୮।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁରରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିବା ଯୁବତୀଙ୍କ ମୃତଦେହ ଘଟଣାକୁ ନେଇ ପୋଲିସ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ଭାଜପା ଜିଲା ମହିଳା ମୋର୍ଚ୍ଚା । ଏ ନେଇ ଏକ ଖବରଦାତା ସମ୍ମିଳନୀରେ କ୍ଷୋଭ ପ୍ରକାଶ କରିଛନ୍ତି ଭାଜପାର ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଡ. ଐଶ୍ୱର୍ଯ୍ୟା ବିଶ୍ୱାଳ । ମୃତ ଯୁବତୀଙ୍କୁ ନ୍ୟାୟ ଦାବିରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ଗୁରୁବାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛି । ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ଭାଜପା ପକ୍ଷରୁ ରାୟଗଡ଼ାକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ ବୋଲି ଖବରଦାତା ସମ୍ମିଳନୀରେ ବିଶ୍ୱାଳ କହିଛନ୍ତି।

ସେ କହିଛନ୍ତି , ଦକ୍ଷିଣ ଓଡ଼ିଶାରେ ମହିଳାଙ୍କ ପ୍ରତି ହିଂସା ବୃଦ୍ଧି ପାଇବାରେ ଲାଗିଛି । ନବରଙ୍ଗପୁର ଜିଲାରେ ଆବାସିକ ଛାତ୍ରୀଙ୍କୁ ଶିକ୍ଷକଙ୍କ ଦ୍ୱାରା ଗଣବଳାତ୍କାର, କାଶୀପୁର ବ୍ଲକରେ ଜଣେ ଗର୍ଭବତୀଙ୍କୁ ବିନା ଅପରାଧରେ ପୋଲିସ ଗିରଫ କରିବା ଏବଂ ଜଣେ ତୃତୀୟ ଶ୍ରେଣୀର ନାବାଳିକା ଛାତ୍ରୀକୁ ସ୍କୁଲ ପିଅନ ବଳାତ୍କାର କରିବା ଅତି ଲଜ୍ଜାଜନକ ଓ ନିନ୍ଦନୀୟ ଅପରାଧ ବୋଲି ସେ କହିଛନ୍ତି ।

ଏନ୍‌ସିଆର୍‌ବି ରିପୋର୍ଟ ଅନୁସାରେ ୯୮.୬% ମାମଲାର ଶୁଣାଣି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇନାହିଁ । ମହିଳାଙ୍କ ପ୍ରତି ହେଉଥିବା ଆପରାଧିକ ମାମଲାରେ ଓଡ଼ିଶାର ଦଣ୍ଡହାର ୮.୬% ଯାହା ସବୁଠାରୁ କମ୍‌ । ରାଜ୍ୟରେ ମହିଳା ଆମତ୍ହତ୍ୟା ଘଟଣା ୬% ରହିଛି । ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ବବିତା ପାତ୍ର, ଜିଲା ସଭାପତି ଶିବ ପଟ୍ଟନାୟକ, ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ବି.ଲକ୍ଷ୍ମୀ, ପ୍ରଭାରୀ ଅରୁଣିମା ସାହୁ ଓ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବସନ୍ତ ଉଲାକା ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri