ନୃସିଂହନାଥଙ୍କୁ ନିମନ୍ତ୍ରଣ କଲେ ସେବାୟତ

ପଦ୍ମପୁର,୨୮।୧୨(ପ୍ରଦୀପ୍ତ ଦାଶ): ପୁରୀ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନୀ ଉତ୍ସବ ଆସନ୍ତା ଜାନୁୟାରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପୁରୀରୁ ବଡ଼ଠାକୁରଙ୍କ ସେବାୟତମାନେ ଆସି ପ୍ରଭୁ ନୃସିଂହନାଥଙ୍କୁ ନିମନ୍ତ୍ରଣ କରିଛନ୍ତି। ନୂଆପଡ଼ାରୁ ନୃସିଂହନାଥଙ୍କ ମନ୍ଦିର ଅଭିମୁଖେ ଆସିଥିବା ସେବାୟତ ବିପିନ ପତ୍ରୀ, ଜୟକୃଷ୍ଣ ମହାପାତ୍ର, ସିକନ ପତ୍ରୀ ଓ ଡେପୁଟି ଡାଇରେକ୍ଟର (ପ୍ଲାନିଂ) ସୂର୍ଯ୍ୟନାରାୟଣ ତ୍ରିପାଠୀଙ୍କୁ ବରଗଡ଼ ଜିଲାର ଧାରୋଲ ଗ୍ରାମରେ ପଦ୍ମପୁର ଉପଜିଲାପାଳ ଆଲୋକ ପଟେଲ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିନାୟକ ମିଶ୍ର ଓ ଏଡିଡବ୍ଲ୍ୟୁଓ ସିଦ୍ଧାର୍ଥ ପଟ୍ଟନାୟକ ପ୍ରମୁଖ ସ୍ବାଗତ କରିଥିଲେ। ଏହାପରେ ଅଧିକାରୀମାନେ ସେବାୟତମାନଙ୍କୁ ନୃସିଂହନାଥ ମନ୍ଦିରକୁ ପାଛୋଟି ନେଇଥିଲେ।

ସେଠାରେ ବରଗଡ଼ ଅତିରିକ୍ତ ଜିଲାପାଳ ଲଲାଟ ଲୁହାଙ୍କ ନେତୃତ୍ୱରେ ମନ୍ଦିର କମିଟି ଓ ପ୍ରଶାସନ ପକ୍ଷରୁ ସେମାନଙ୍କୁ ସ୍ବାଗତ କରାଯାଇଥିଲା। ମନ୍ଦିରରେ ସେବାୟତମାନେ ପ୍ରଭୁ ନୃସିଂହନାଥଙ୍କ ଆଳତି ଦର୍ଶନ କରିବା ସହ ସାମୂହିକ ପ୍ରାର୍ଥନାରେ ଅଂଶଗ୍ରହଣ କରିଥିଲେ। ପରେ ସେମାନେ ପ୍ରଭୁ ନୃସିଂହନାଥଙ୍କୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନୀ ଉତ୍ସବ ପାଇଁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ। ପାଇକମାଳ ତହସିଲଦାର ସିନ୍ଧୁସୂତା ପାତ୍ର, ମନ୍ଦିର ନିର୍ବାହୀ ଅଧିକାରୀ ପୁରୁଷୋତ୍ତମ ପ୍ରଧାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...

୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…

ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...

ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା

ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍‌ସନ୍‌ରେ ବଡ଼ ଧରଣର...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri