Odisha Elections 2024

ବାପ, ପୁଅଙ୍କୁ ଏସିଡ୍‌ ମାଡ଼

ଫୁଲବାଣୀ,୨୮ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବାପ, ପୁଅଙ୍କୁ ଏସଡ୍‌ ମାଡ଼ ହୋଇଛି। ବାପ, ପୁଅ ଗୁରୁତର ଥିବାବେଳେ ଜଣେ ସାଙ୍ଗ ଆହତ ହୋଇଛନ୍ତି। ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକେ ଆକ୍ରମଣକାରୀଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀଙ୍କୁ ମେଡିକାଲରେ ଭର୍ତ୍ତି କରିଛି। ପୂର୍ବ ଶତ୍ରୁତାକୁ ନେଇ ଏଭଳି ଘଟଣା ହୋଇଥିବା ଜଣାପଡିଛି। ଏସିଡ୍‌ ଆକ୍ରମଣରେ ଗୁରୁତର ହୋଇଥିବା ଯୁବକ ହେଲେ ସୁରଜ ମହାନ୍ତି, ବାପା ଚନ୍ଦ୍ର ମହାନ୍ତି ଏବଂ ସାଙ୍ଗ ରାକେଶ ମିଶ୍ର। ଏସିଡ ଫିଙ୍ଗିଥିବା ବ୍ୟକ୍ତି ହେଲେ ପ୍ରମୋଦ ସାହୁ।

ମିଳିଥିବା ସୂଚନା ମୁତାବକ, ସୁରଜ ଏବଂ ସାଙ୍ଗ ରାକେଶ ଶଶୀ ପାନଦୋକାନ ଛକରେ ଠିଆ ହୋଇଥିଲେ। ଏହି ସମୟରେ ପ୍ରମୋଦ ଆସି ସୁରଜଙ୍କୁ କିଛି ପଚାରି ଥିଲେ। ହଠାତ୍‌ ପ୍ରମୋଦ ଏକ ପାତ୍ରରେ ଧରି ଥିବା ଏସିଡ ସୁରଜଙ୍କ ମୁହଁକୁ ଫିଙ୍ଗି ଦେଇଥିଲେ। ପାଖରେ ଥିବା ରାକେଶଙ୍କ ଉପରେ ମଧ୍ୟ ଏସିଡ ଛିଟିକି ପଡିଥିଲା। ସୁରଜଙ୍କ ମୁହଁରେ ଏସିଡ ପଡିବାରୁ ପ୍ରାଣ ବିକଳରେ ଦୌଡ଼ି ଯାଇ ଜଣଙ୍କ ଘରେ ପଶିଯାଇଥିଲେ।

ଏହି ଖବର ଶୁଣି ବାପା ଚନ୍ଦ୍ର ସେଠାକୁ ଆସିବାରୁ ପ୍ରମୋଦ ତାଙ୍କ ଉପରକୁ ମଧ୍ୟ ଏସିଡ ଫୋପାଡ଼ିଥିଲେ। ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ କାବୁକରି ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରମୋଦଙ୍କୁ ଧରିବା ସହିତ ସମସ୍ତଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ବାପା ପୁଅଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ପ୍ରମୋଦ ସେମାନଙ୍କ ଉପରେ ଏସିଡ୍‌ ଫିଙ୍ଗିଥିବା ସନ୍ଦେହ କରାଯାଉଛି। ପ୍ରମୋଦଙ୍କ ବିରୋଧରେ ଆପରାଧିକ ମାମଲା ରହିଛି। ନିକଟରେ ସେ ଜେଲରୁ ଆସିଥିବା ସୂଚନା ମିଳିଛି। ଏସିଡ୍‌ ସେ କେଉଁଠୁ ଆଣିଲେ ତାହାର ତଦନ୍ତ କରାଯାଉଛି ବୋଲି ସଦର ଏସ୍‌ଡିପିଓ ସୁପ୍ରସନ୍ନ ମଲ୍ଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri