Posted inଖେଳ

ଫେୟାରଓ୍ବେଲ ଟେଷ୍ଟରେ ନେତୃତ୍ୱ ନେବେ ଏଲଗାର

ସେଞ୍ଚୁରିଅନ,୨୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ସିରିଜର ଦ୍ୱିତୀୟ କ୍ରିକେଟ ଟେଷ୍ଟ ଜାନୁୟାରୀ ୩ରୁ କେପ୍‌ଟାଉନ୍‌ରେ ଆରମ୍ଭ ହେବ। ଆହତ ଅଧିନାୟକ ଟେମ୍ବା ବଭୁମାଙ୍କ ସ୍ଥାନରେ ଡିନ୍‌ ଏଲଗାର ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଦଳର ନେତୃତ୍ୱ ନେବେ। ଏହା ହେବ ଏଲଗାରଙ୍କ ଫେୟାରଓ୍ବେଲ ଟେଷ୍ଟ।

ଚଳିତ ସିରିଜ ଶେଷରେ ଟେଷ୍ଟରୁ ଅବସର ନେବେ ବୋଲି ଏଲଗାର ପୂର୍ବରୁ ଘୋଷଣା କରି ସାରିଛନ୍ତି। ଆହତ ସମସ୍ୟା ଯୋଗୁ ବଭୁମା ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି ବୋଲି କ୍ରିକେଟ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ) ପକ୍ଷରୁ ପ୍ରକାଶ କରାଯାଇଛି। ପ୍ରଥମ ଟେଷ୍ଟର ପ୍ରଥମ ଦିବସରେ ଫିଲ୍ଡିଂ ସମୟରେ ବଭୁମା ଆହତ ହୋଇଥିଲେ। ଏହାପରେ ସେ ଆଉ ପଡ଼ିଆକୁ ଆସି ନ ଥିଲେ। ତାଙ୍କ ଅନୁପସ୍ଥିତିରେ ଏଲଗାର କାମଚଳା ଅଧିନାୟକ ଦାୟିତ୍ୱ ତୁଲାଇଥିଲେ।

ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟକୁ ଏକ ଇନିଂସ ଓ ୩୨ ରନ୍‌ରେ ଜିତିଥିଲା। ଏଲଗାର ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଦ୍ୱିତୀୟ ଟେଷ୍ଟ ପାଇଁ ବଭୁମାଙ୍କ ସ୍ଥାନରେ ଜୁବେର ହାମ୍‌ଜାଙ୍କୁ ଦକ୍ଷିଣ ଆଫ୍ରିକା ଦଳରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସ୍ତୁତି ଚୂଡ଼ାନ୍ତ: ଜାନୁୟାରୀ ୨୨ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ, ଖଣି ଓ...

ପଞ୍ଚମ ଆଶେସ ପାଇଁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ସିଡ୍‌ନୀ,୩ା୧: ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ରବିବାର ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଅନ୍ତିମ ତଥା ପଞ୍ଚମ ଆଶେସ ଟେଷ୍ଟ ଖେଳାଯିବ। ହେଲେ ଗତ ମାସରେ...

ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା, ଜିଲାପାଳଙ୍କୁ…

ଦିଗପହଣ୍ଡି,୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅଞ୍ଚଳରେ ଖରିଫ ଧାନ ସଂଗ୍ରହ କ୍ଷେତ୍ରରେ ଅଖା ସମସ୍ୟା ଚାଷୀଙ୍କୁ ଚିନ୍ତାରେ ପକାଇଛି। ଚଳିତବର୍ଷ ଦିଗପହଣ୍ଡି...

ଦିବ୍ୟାଙ୍ଗ ଛାତ୍ରଙ୍କ ଇଚ୍ଛା ପୂରଣ କଲେ ନବୀନ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିବ୍ୟାଙ୍ଗ ଛାତ୍ର ସୁଗମ କୁମାର ପାଢ଼ୀ(ମୁରାରୀ) ଭେଟି ଖୁସି ଜାହିର କରିଛନ୍ତି...

ଦେବାଶିଷ-ରଣେନ୍ଦ୍ରଙ୍କ ପୋଷ୍ଟରରୁ ଶଙ୍ଖ ଗାଏବ, ରାଜନୀତିରେ ହଲଚଲ

ଭୁବନେଶ୍ୱର,୩ା୧: ବିଜେଡି ନେତା ଦେବାଶିଷ ସାମନ୍ତରାୟ ଓ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ନୂଆବର୍ଷ ପୋଷ୍ଟରକୁ ନେଇ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ଉଭୟଙ୍କ ପୋଷ୍ଟରରେ ଶଙ୍ଖ...

ଅବାଧରେ ଚାଲିଛି ନିଶା କାରବାର: ବନ୍ଦ କରିବାକୁ ଆଇଆଇଆସିଙ୍କୁ…

ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି। ଅଞ୍ଚଳରେ ଶାନ୍ତି...

କେତୁଙ୍କ ଗୋଚରରେ ଏହି ୩ରାଶିଙ୍କ ବଦଳିଯିବ ଜୀବନ, ଟଙ୍କାରେ ଭର୍ତ୍ତି ହୋଇଯିବ ସିନ୍ଦୁକ!

ବୈଦିକ ଜ୍ୟୋତିଷ ଅନୁସାରେ, କେତୁ ଏକ ଛାୟା ଗ୍ରହ। ଏହାକୁ ଜ୍ଞାନ, ମୋକ୍ଷ ଏବଂ ବିଚ୍ଛିନ୍ନତାର କାରକ ଭାବରେ ବିବେଚନା କରାଯାଏ। ଜାନୁଆରୀରେ କ୍ରୁର ଗ୍ରହ...

ପାଣ୍ଡିଆନଙ୍କୁ ନେଇ ଏମିତି କହିଲେ ଗଣେଶ୍ୱର, କ୍ରାଇମବ୍ରାଞ୍ଚ ଛାଡ଼ି…

ଭୁବନେଶ୍ୱର,୩ା୧: ପାଣ୍ଡିଆନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି ପ୍ରସଙ୍ଗରେ ଏକ ବଡ଼ ବୟାନ ଦେଇଛନ୍ତି ବିଜେଡି ନେତା ଗଣେଶ୍ୱର ବେହେରା। ସେ କହିଛନ୍ତି, କ୍ରାଇମବ୍ରାଞ୍ଚ ଛାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri