ଭୁବନେଶ୍ୱର, ୩୦।୧୨(ଅନୁରାଧା ମହାରଣା): ସୁକନ୍ୟା ସମୃଦ୍ଧି ଯୋଜନାରେ ନିବେଶ କରୁଥିବା ନିବେଶକମାନଙ୍କୁ ସରକାର ନୂଆ ବର୍ଷରେ ଏକ ବଡ଼ ଉପହାର ଦେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ପାଇଁ ଏହି ଯୋଜନାର ସୁଧ ହାର ୮ ପ୍ରତିଶତରୁ ୮.୨ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହା ବ୍ୟତୀତ ୩ ବର୍ଷର କାର୍ଯ୍ୟକାଳ ସହିତ ଜମା ଉପରେ ସୁଧ ୭ ପ୍ରତିଶତରୁ ୭.୧ ପ୍ରତିଶତକୁ ବୃଦ୍ଧି କରାଯାଇଛି। ମାତ୍ର ଅନ୍ୟ ଛୋଟ ସଞ୍ଚୟ ଯୋଜନାର ସୁଧ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ବିଶେଷକରି ପବ୍ଲିକ ପ୍ରୋଭିଡେଣ୍ଟ ପାଣ୍ଠିର ନିବେଶକମାନେ ଅର୍ଥାତ୍ ପିପିଏଫ ପୁଣି ଥରେ ନିରାଶ ହୋଇଛନ୍ତି। ସୂଚନା ଥାଉ କି, ଅର୍ଥ ମନ୍ତ୍ରଣାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଜାନୁଆରୀରୁ ମାର୍ଚ୍ଚ ମଧ୍ୟରେ ୨୦୨୩-୨୪ ର ଚତୁର୍ଥ ତୈମାସିକ ପାଇଁ କ୍ଷୁଦ୍ର ସଞ୍ଚୟ ଯୋଜନାର ସୁଧ ହାର ସମୀକ୍ଷା ଏବଂ ଘୋଷଣା କରିଛି। କ୍ଷୁଦ୍ର ସଞ୍ଚୟ ଯୋଜନା ମଧ୍ୟରେ କେବଳ ସୁକନ୍ୟା ସମୃଦ୍ଧି ଯୋଜନାର ସୁଧ ହାରରେ ପରିବର୍ତ୍ତନ କରାଯାଇଛ। ବିଶେଷକରି ଝିଅମାନଙ୍କ ପାଇଁ ପ୍ରଯୁଜ୍ୟ କେନ୍ଦ୍ରସରକାରଙ୍କ ସୁକନ୍ୟା ଯୋଜନାର ସୁଧ ହାର ୮ ପ୍ରତିଶତରୁ ୮.୨ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏହାପୂର୍ବରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ପ୍ରଥମ ତୈମାସିକରେ ସୁକନ୍ୟା ସମୃଦ୍ଧି ଯୋଜନାର ସୁଧ ହାର ୭.୬ ପ୍ରତିଶତରୁ ୮ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଅର୍ଥାତ୍ ଚଳିତ ଆର୍ଥିକ ବର୍ଷରେ ସରକାର ଏହି ଯୋଜନା ପାଇଁ ସୁଧ ହାରକୁ ୦.୬ ପ୍ରତିଶତ ବୃଦ୍ଧି କରିଛନ୍ତି। ତେବେ ଅନ୍ୟ କେତେକ ଯୋଜନାର ସୁଧ ହାରରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ଅର୍ଥ ମନ୍ତ୍ରଣାଳୟର ସର୍କୁଲାର ଅନୁଯାୟୀ, ୨୦୨୪ ଜାନୁଆରୀ ୧ରୁ ମାର୍ଚ୍ଚ ୩୧, ୨୦୨୪ ପର୍ଯ୍ୟନ୍ତ ସଞ୍ଚୟ ଜମା ଉପରେ ୪ ପ୍ରତିଶତ ସୁଧ ଉପଲବ୍ଧ ହେବ। ୧ ବର୍ଷ ସମୟ ଜମା ଉପରେ ୬.୯ ପ୍ରତିଶତ ସୁଧ, ୨ ବର୍ଷ ସମୟ ଜମା ଉପରେ ୭ ପ୍ରତିଶତ ସୁଧ ଏବଂ ୫ ବର୍ଷ ସମୟ ଜମା ଉପରେ ୭.୫ ପ୍ରତିଶତ ସୁଧ ଉପଲବ୍ଧ ହେବ। ୫ ବର୍ଷର ବାରମ୍ବାର ଜମା ଉପରେ ୬.୭ ପ୍ରତିଶତ ସୁଧ ହାର ଅପରିବର୍ତ୍ତିତ ରହିବ।
ବାମଣ୍ଡା କପ୍ କ୍ରିକେଟ୍: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ
ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...
ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ
ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ
କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...
ୟୁକ୍ରେନ୍କୁ ବଡ଼ ଚେତାବନୀ ଦେଲେ ପୁଟିନ୍
ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ଫ୍ଲୋରିଡ଼ାରେ...
ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୨୮ା୧୨: ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...
ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା
ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
Archives


