Posted inଜାତୀୟ

କଲାମଙ୍କୁ ମିଶାଇଲ ମ୍ୟାନ କରିଥିଲେ ଇସ୍ରୋର ଜନକ ଡା. ସାରାଭାଇ

ନୂଆଦିଲ୍ଲୀ,୧୨।୮: ଭାରତ ଆଜି ମହାକାଶ ଗବେଷଣା କ୍ଷେତ୍ରରେ ବହୁ ଆଗକୁ ଚାଲି ଯାଇଛି। ନିକଟରେ ଚନ୍ଦ୍ରୟାନ-୨ ପରୀକ୍ଷଣ କରି ଭାରତ ନିଜପାଇଁ ସୃଷ୍ଟି କରିଛି ଏକ ଭିନ୍ନ ପରିଚୟ। ହେଲେ ଏହାର ଜନକ ଡା.ବିକ୍ରମ ସାରାଭାଇଙ୍କ ବିଷୟରେ ହୁଏତ ସମସ୍ତଙ୍କୁ ଜଣା ନ ଥିବ। ସାରାଭାଇଙ୍କୁ ଇସ୍ରୋ ବା ଭାରତ ମହାକାଶ ଗବେଷଣାର ଜନକ ବୋଲି କୁହାଯାଏ। ସେ ହିଁ ଭାରତରତ୍ନ ତଥା ପୂର୍ବତନ ରାଷ୍ଟ୍ରପତି ଅବଦୁଲ କଲାମଙ୍କୁ ମିଶାଇଲ ମ୍ୟାନ ଭାବେ ଗଢି ତୋଳିଥିଲେ। ସୋମବାର ସାରାଭାଇଙ୍କ ୧୦୦ତମ ଜୟନ୍ତୀ। କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରିବା ପରେ ସାରାଭାଇ ଅହମ୍ମଦାବାଦରେ ଫିଜିକାଲ ରିସର୍ଚ୍ଚ ଲାବୋରୋଟୋରୀ ପ୍ରତିଷ୍ଠା କରିଥିଲେ। ୧୨ ଅଗଷ୍ଟ ୧୯୧୯ରେ ଗୁଜରାଟର ଅହମ୍ମଦାବଦରେ ଜନ୍ମ ନେଇଥିବା ସାରାଭାଇ ମାତାପିତାଙ୍କ ପ୍ରେରଣାରେ ହିଁ ଉଚ୍ଚଶିକ୍ଷା ଲାଭ କରିଥିଲେ। ସାରାଭାଇ ପ୍ରଥମେ କଲାମଙ୍କ ସାକ୍ଷାତ୍‌କାର ନେବା ସହ ତାଙ୍କ ଭିତରେ ଥିବା ଗୁଣକୁ ଚିହ୍ନି ପାରିଥିଲେ ବୋଲି କୁହନ୍ତି ମିଶାଇଲ ମ୍ୟାନ। ତେଣୁ ସାରାଭାଇଙ୍କ ସହଯୋଗରେ ହିଁ ସେ ପାଲଟିଗଲେ ଭାରତର ମିଶାଇଲ ମ୍ୟାନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri