ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍‌ରେ ଅଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି।

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା ଖର୍ଚ୍ଚ କରାଯାଉଥିବା ବେଳେ ଏହା ଦ୍ୱାରା ନନ୍ଦାହାଣ୍ଡି, ନବରଙ୍ଗପୁର ଓ ତେନ୍ତୁଳିଖୁଣ୍ଟି ବ୍ଲକର ପ୍ରାୟ ୧୨୦ଟି ଗାଁର ୫୦ ହଜାର ହେକ୍ଟର ଚାଷଜମିକୁ ପାଣି ମିଳିପାରିବ। ସେହିପରି ତୁରୀ-ଗୁନ୍ତାତ୍‌ ଜଳସେଚନ ପ୍ରକଳ୍ପର ମଧ୍ୟ ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ପ୍ରକଳ୍ପରେ ୨ଟି ବ୍ୟାରେଜ ନିର୍ମାଣ କରାଯିବ। ଏଥିପାଇଁ ୫୭୭ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଏହା ଦ୍ୱାରା ନବରଙ୍ଗପୁର ଓ କୋଷାଗୁମୁଡା ବ୍ଲକର ୪୦ଟି ଗ୍ରାମର ୨୦ ହଜାର ଏକର ଚାଷଜମିକୁ ପାଣି ମିଳିପାରିବ।

ଭିଡିଓ କନ୍‌ଫରେନ୍ସିଂ ଜରିଆରେ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ନବରଙ୍ଗପୁର ଜିଲା ପାଇଁ ମୋର ସ୍ବତନ୍ତ୍ର ଧ୍ୟାନ ରହିଛି। ମାର୍ଚ୍ଚରେ ମୋ ନିର୍ଦ୍ଦେଶରେ ୫-ଟି ଅଧ୍ୟକ୍ଷ ନବରଙ୍ଗପୁର ଯାଇଥିଲେ। ଆପଣମାନଙ୍କ ସହିତ ମିଶିଥିଲେ। ବିଭିନ୍ନ ବିକାଶ କାମ ବୁଲି ଦେଖିଥିଲେ। ଆପଣମାନଙ୍କ ଯାହା ସବୁ ପ୍ରସ୍ତାବ ଅଛି, ସବୁ ଆମେ କାର୍ଯ୍ୟକାରୀ କରିବୁ। ଆଗାମୀ କିଛି ବର୍ଷ ମଧ୍ୟରେ ନବରଙ୍ଗପୁରର ଭିତ୍ତିଭୂମି କ୍ଷେତ୍ରରେ ବହୁତ ବଡ଼ ରୂପାନ୍ତର ହେବାକୁ ଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri