Odisha Elections 2024

୪ରେ କଳାହାଣ୍ଡି ବନ୍ଦ

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଧାନ ଓ କପାର ଅଭାବି ବିକ୍ରିକୁ ନେଇ ଭାଜପା ପକ୍ଷରୁ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସକରାତ୍ମକ ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଏହାର ପ୍ରତିବାଦରେ ଆଗାମୀ ୪ ତାରିଖରେ ଭାଜପା ପକ୍ଷରୁ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଭାଜପା ଜିଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର ଏକ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି।

ଜାନୁୟାରୀ ୪ରେ ଚାଷୀଙ୍କୁ ଉଚିତ ପ୍ରାପ୍ୟ ଦାବିରେ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଥିବାରୁ ସମସ୍ତେ ସହଯୋଗ କରିବାକୁ ନିବେଦନ କରାଯାଇଛି। ବନ୍ଦ ପାଳନ ନେଇ ସୋମବାର କୋକସରା ବ୍ଲକ କୁସୁମଖୁଣ୍ଟିଠାରେ ବରିଷ୍ଠ ଭାଜପା ନେତା ଜନାର୍ଦ୍ଦନ ପଣ୍ଡାଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ କୋକସରା ବ୍ଲକ ମୋଟେର, କୋକସରା, ଆମପାଣି ମଣ୍ଡଳର କର୍ମକର୍ତ୍ତା ଯୋଗଦେଇଥିଲେ। ବୈଠକରେ ବରିଷ୍ଠ ଭାଜପା ନେତା ପୂର୍ବତନ ବ୍ଲକ ସଭାପତି ନୀଳକଣ୍ଠ ମାଝି, କୋକସରା ମଣ୍ଡଳ ପ୍ରଭାରୀ ଗରୁଡ଼ଧ୍ୱଜ ମାଝି, କୋକସରା ମଣ୍ଡଳ ସଭାପତି ଦୁର୍ଗା ପ୍ରଧାନୀ, ସାଧାରଣ ସମ୍ପାଦକ ତ୍ରିନାଥ ଶବର, ମଣ୍ଡଳ ସମ୍ପାଦକ ମନୋଜ କୁମାର ନାଏକ, ମଣ୍ଡଳ କାର୍ଯ୍ୟକାରିଣୀ ସଦସ୍ୟ ନରେନ୍ଦ୍ର ପ୍ରଧାନୀ,ପୂର୍ବତନ ମଣ୍ଡଳ ସଭାପତି ପ୍ରମୋଦ କୁମାର ପଣ୍ଡା, ଦୈତାରି ବାରିକ, ଉପସଭାପତି ଗୋପାଳ ଅଗ୍ରୱାଲ, ରାଧେଶ୍ୟାମ ଗୋପାଳ, ଅମିନ ରଣା, ଭାବଗ୍ରାହୀ ପୂଝାରି, ମଣିରାମ ପୋଢ଼ ଓ ଅନ୍ୟ ଦଳୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେବାକୁ ଆସିଥିବା ଲୋକଙ୍କ ଉପରେ ଖସିଲା ସାଇନବୋର୍ଡ : ଶିଶୁ ସମେତ ୫ ଗୁରୁତର ଆହତ

ଦାରିଙ୍ଗବାଡି, ୨୦।୫ (ଅରୁଣ ସାହୁ): ରାଜ୍ୟରେ ଦିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ଚାଲିଛି। ମତଦାନବେଳେ ଏକ ଦୁର୍ଘଟଣା ଘଟିଛି। ସାଇନବୋର୍ଡ଼ ଖସି ଯିବାରୁ ଜଣେ...

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡିକର୍ମୀ ଗୁରୁତର

ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri