କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବି ତେଜିଲା

ବାରିପଦା,୫।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): କୁଡୁମୀ ଜାତିକୁ ଆଦିବାସୀ ମାନ୍ୟତା ଦାବି ପୁଣି ତେଜିବାରେ ଲାଗିଛି। ଏନେଇ ମୟୂରଭଞ୍ଜ ଜିଲା ବାରିପଦା ମଧୁବନଠାରେ କୁଡୁମୀ ସେନାର ସାଙ୍ଗଠନିକ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଆଦିବାସୀ ମାନ୍ୟତା ଦାବିରେ ଆନ୍ଦୋଳନ ହେବା ନେଇ ଉକ୍ତ ବୈଠକରେ ନିଷ୍ପତ୍ତି ହୋଇଥିବା ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କୁଡୁମୀ ସେନାର ରାଜ୍ୟ ସଭାପତି ଜୟମୁନି ମହାନ୍ତ କହିଛନ୍ତି। ଆସନ୍ତା ଫେବୃଆରୀ ୨୦ ସୁଦ୍ଧା କେନ୍ଦ୍ର ସରକାର କୁଡୁମୀ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ଘୋଷଣା ନ କଲେ ୨୮ରେ କୁଡୁମୀ ସେନା ପକ୍ଷରୁ ବାରିପଦାଠାରେ ଅଧିକାରୀ ସମାବେଶ କରି ହରତାଳ କରିବେ ବୋଲି ଚେତାବନୀ ଦେଇଛନ୍ତି।

କୁଡୁମୀ ସମ୍ପ୍ରଦାୟକୁ ୧୯୫୦ ସେପ୍ଟେମ୍ବର ୬ରୁ ଆଦିବାସୀ ତାଲିକାରୁ ବାଦ୍‌ ଦିଆଯାଇଛି। ପରେ ପୁନଃ ଆଦିବାସୀ ତାଲିକାଭୁକ୍ତ ପାଇଁ ଦାବି ହୋଇଆସୁଥିଲେ ମଧ୍ୟ ପୂରଣ ହୋଇନାହିଁ। କେନ୍ଦ୍ର ସରକାରଙ୍କ ନିକଟକୁ କୁଡୁମୀ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ପ୍ରଦାନ ପାଇଁ ରାଜ୍ୟ ସରକାର ସୁପାରିସ କରିବା ପାଇଁ କୁଡୁମୀ ସେନା ପକ୍ଷରୁ ନିବେଦନ କରାଯାଇଛି। ତେବେ କେନ୍ଦ୍ର ସରକାର କୁଡୁମୀଙ୍କୁ ଆଦିବାସୀ ମାନ୍ୟତା ସହ କୁଡୁମାଲି ଭାଷାକୁ ସମ୍ବିଧାନରେ ସାମିଲ କରିବା ନେଇ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ରହିଛି। ରାଜ୍ୟର କୁଡୁମୀ ସମ୍ପ୍ରଦାୟର ଲୋକେ ବାରିପଦାଠାରେ ଏକାଠି ହୋଇ ହରତାଳ କରିବେ ବୋଲି ସେନାର ରାଜ୍ୟ ସଭାପତି ପ୍ରକାଶ କରିଛନ୍ତି। ଏଥିପାଇଁ କୁଡୁମୀ ସେନାର ଶତାଧିକ ମହିଳା ଓ ପୁରୁଷ କର୍ମକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକରେ ଆନ୍ଦୋଳନ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିରେ ସଙ୍ଗଠନର ପ୍ରମୁଖ ଉପସ୍ଥିତ ଥିଲେ। ଆଦିବାସୀ ମାନ୍ୟତା ପାଇଁ ଆଗକୁ ଜିଲାରୁ ଆରମ୍ଭ କରି ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ ବୋଲି ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri