କଂଗ୍ରେସ ଛାଡ଼ିଥିବା ନେତାଙ୍କୁ ଫେରାଇ ଅଣାଯିବ: ଅଜୟ କୁମାର

ଭୁବନେଶ୍ୱର,୭।୧(ଅନିଲ ଦାସ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ନବନିଯୁକ୍ତ ପ୍ରଭାରୀ ଅଜୟ କୁମାର ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ଶନିବାର ଭୁବନେଶ୍ୱର ଆସିଛନ୍ତି। କଂଗ୍ରେସ କାର୍ଯ୍ୟାଳୟଠାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରଦେଶ କଂଗ୍ରେସ କାର୍ଯ୍ୟକାରୀ କମିଟି ଓ କର୍ମକର୍ତ୍ତାର ବୈଠକରେ ଯୋଗଦେଇ ଅଜୟ କହିଛନ୍ତି, ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସ ବିଜୟର ଯଥେଷ୍ଟ ସମ୍ଭାବନା ରହିଛି। ଓଡ଼ିଶାରେ କଂଗ୍ରେସ ଆଜି ଯେଉଁ ସ୍ଥିତିରେ ଅଛି ତେଲଙ୍ଗାନାରେ ମଧ୍ୟ ସମାନ ସ୍ଥିତିରେ ଥିଲା। କଂଗ୍ରେସ କର୍ମୀ ଓ ନେତୃବର୍ଗ ସଂକଳ୍ପ ନେଇ ସେଠାରେ ଯଦି କଂଗ୍ରେସକୁ ପୁନଃକ୍ଷମତାସୀନ କରିପାରିଲେ ଓଡ଼ିଶାରେ ତାହା ନିଶ୍ଚୟ ହୋଇପାରିବ। ସେ ଦଳୀୟ ଶୃଙ୍ଖଳାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ତେଲଙ୍ଗାନା ନିର୍ବାଚନୀ ସଫଳତାରେ ସାମାଜିକ ଗଣମାଧ୍ୟମର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ଓଡ଼ିଶା କଂଗ୍ରେସରେ ସାମାଜିକ ଗଣମାଧ୍ୟମକୁ ଅଧିକ କ୍ରିୟାଶୀଳ କରିବାକୁ ସେ ପରାମର୍ଶ ଦେଇଛନ୍ତି। କଂଗ୍ରେସ ପକ୍ଷରୁ ‘ଦେଶ ପାଇଁ ଦାନ’ ଅଭିଯାନରେ ବ୍ୟାପକ ଭାବରେ ଲୋକମାନଙ୍କୁ ସାମିଲ କରିବା ପାଇଁ ସେ କହିଛନ୍ତି। ଯେଉଁମାନେ କଂଗ୍ରେସ ଛାଡ଼ି ଯାଇଛନ୍ତି ସେମାନେ ଫେରିଆସିବା ପାଇଁ ଅଜୟ କୁମାର ଆହ୍ବାନ ଦେଇଛନ୍ତି। ଓଡ଼ିଶା ଓଡ଼ିଆମାନଙ୍କ ପାଇଁ। ଏହି ପ୍ରସଙ୍ଗରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବା ଉଚିତ ନୁହେଁ। ଆଗାମୀ ଦିନରେ ଅଜୟଙ୍କ ଦିଗ୍‌ଦର୍ଶନରେ ଏହି ୨୪ ବର୍ଷର ଭ୍ରଷ୍ଟାଚାରୀ ବିଜେଡି ସରକାରକୁ ହଟାଇବାକୁ ସମସ୍ତେ ଆଗେଇ ଆସିବାକୁ ପିସିସି ସଭାପତି ଆହ୍ବାନ ଦେଇଛନ୍ତି। ଶେଷରେ ପିସିସି ଗଣମାଧ୍ୟମ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ବୈଠକରେ ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ବିଜୟ ପଟ୍ଟନାୟକ, ରାମଚନ୍ଦ୍ର ଖୁଣ୍ଟିଆ, ସପ୍ତଗିରି ଉଲ୍ଲାକା, ଶରତ ରାଉତ, ସୁଶ୍ରୀ ସୁଶୀଳା ତିରିଆ,ତାରାପ୍ରସାଦ ବାହିନୀପତି, ସନ୍ତୋଷ ସିଂ ସାଲୁଜା, ରମେଶ ଜେନା, ଡ. ଦେବାଶିଷ ପଟ୍ଟନାୟକ, ଦାଶରଥି ଗମାଙ୍ଗୋ, ଅଧିରାଜ ପାଣିଗ୍ରାହୀ, କିଶୋର ପଟେଲ, ଅନନ୍ତ ପ୍ରସାଦ ସେଠୀ, ରାଜନ ଏକ୍କା, ସୁରେନ୍ଦ୍ର ସିଂ ଭୋଇ, ବିଶ୍ୱ ରଞ୍ଜନ ମହାନ୍ତି, ବିଜୟଲକ୍ଷ୍ମୀ ସାହୁ, ଭୁଜବଳ ମାଝିଙ୍କ ସମେତ ବହୁ ନେତା ଯୋଗ ଦେଇଥିଲେ।
ବୈଠକ ପୂର୍ବରୁ ଅଜୟ କୁମାରଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଥିଲା। ପିସିସି ସଭାପତି, ଖୋର୍ଦ୍ଧା ଜିଲା କଂଗ୍ରେସ କମିଟି ପକ୍ଷରୁ ସଭାପତି ସୁରେଶ କୁମାର ରାଉତରାୟଙ୍କ ନେତୃତ୍ୱରେ ବାଦ୍ୟ, ନୃତ୍ୟ ମାଧ୍ୟମରେ ତାଙ୍କୁ ସ୍ବାଗତ କରାଯାଇଥିଲା। କଟକ ଜିଲା କଂଗ୍ରେସ ସଭାପତି ମାନସ ଚୌଧୁରୀଙ୍କ ସଂଯୋଜନାରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ ଓ ପ୍ରଦେଶ ଯୁବ କଂଗ୍ରେସ ସଭାପତି ରଣଜିତ ପାତ୍ରଙ୍କ ନେତୃତ୍ୱରେ ଏକ ବିଶାଳ ଶୋଭାଯାତ୍ରାରେ ବିମାନବନ୍ଦରଠାରୁ ଅଜୟ କୁମାରଙ୍କୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ପର୍ଯ୍ୟନ୍ତ ନିଆଯାଇଥିଲା। ଭୁବନେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ସଭାପତି ବିଶ୍ୱଜିତ ଦାଶ ଓ ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡ଼ାଙ୍କ ନେତୃତ୍ୱରେ ଶିଶୁଭବନ ଛକ, ରାଜମହଲ ଛକଠାରେ ତାଙ୍କୁ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ପରେ ସେବାଦଳ ପକ୍ଷରୁ ଅଧ୍ୟକ୍ଷ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଏବଂ ସେବାଦଳ କର୍ମୀମାନେ ଅଜୟଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri