Posted inଜାତୀୟ

ଟ୍ରେନ୍‌ ଭିତରେ ଘଷି ଜାଳି ନିଆଁ ପୋଉଁଥିଲେ, ୨ ଯୁବକ ଗିରଫ

ଟ୍ରେନ୍‌ରେ ଅସାବଧାନତା ପାଇଁ ଅନେକ ସମୟରେ ଅଗ୍ନିକାଣ୍ଡ ଘଟୁଛି। ଏହାକୁ ପରବାୟ ନ କରି ୨ ଜଣ ଯୁବକ ଟ୍ରେନ୍‌ ଭିତରେ ଘଷି ଜାଳି ନିଆଁ ପୋଉଁଥିବାବେଳେ ଗିରଫ ହୋଇଛନ୍ତି। ଆସାମରୁ ଦିଲ୍ଲୀ ଯାଉଥିବା ସମ୍ପର୍କ କ୍ରାନ୍ତି ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଗୁରୁବାର ଏଭଳି ଅଭାବନୀୟ ଘଟଣା ଘଟିଛି। ୨ ଯୁବକ ଚନ୍ଦନ ଏବଂ ଦେବେନ୍ଦ୍ର ସେମାନଙ୍କ ଲଗେଜରେ ଘଷି ନେଇଥିଲେ। ଟ୍ରେନ୍‌ ଭିତରେ ହଜାର ହଜାର ଯାତ୍ରୀଙ୍କୁ ବିପଦ ମୁହଁକୁ ଠେଲିଦେଇ ସେମାନେ ଘଷି ଜାଳି ନିଆଁ ପୋଉଁଥିବାବେଳେ ଉତ୍ତରପ୍ରଦେଶର ଆଲିଗଡ଼ଠାରେ ସେମାନଙ୍କୁ ଗିରଫ କରାଯାଇଥିଲା। ସାଧାରଣ ବଗିରେ ପ୍ରବଳ ଶୀତ ହେଉଥିବାରୁ ସେମାନେ ନିଆଁ ଲଗାଇଥିଲେ ବୋଲି କହିଛନ୍ତି। ଆଇପିସି ଏବଂ ରେଲଓ୍ବେ ଆକ୍ଟର ବିଭିନ୍ନ ଧାରାରେ ସେମାନଙ୍କ ବିରୋଧରେ ମାମଲା ରୁଜୁ କରାଯାଇ ଜେଲ ପଠାଇଦିଆଯାଇଛି। ଉକ୍ତ ବଗିରେ ଥିବା ଅନ୍ୟ ୧୪ ଯାତ୍ରୀଙ୍କୁ ଜେରା ପରେ ତାଗିଦ କରି ଛାଡ଼ିଦିଆଯାଇଛି। ଟ୍ରେନ୍‌ରେ ଡ୍ୟୁଟିରେ ଥିବା ଆର୍‌ପିଏଫ୍‌ କର୍ମଚାରୀ ସାଧାରଣ ବଗିରେ ଧୂଆଁ ଦେଖି ସେଠାରେ ପହଞ୍ଚିଲାବେଳକୁ କେତେଜଣ  ନିଆଁ ଚାରିପଟେ ଛିଡ଼ାହୋଇଥିବା ଦେଖିଥିଲେ। ଆଲିଗଡ଼ ଷ୍ଟେଶନରେ ଏକ୍ସପ୍ରେସ୍‌ ଟ୍ରେନ୍‌କୁ ଅଟକାଯାଇ ଅଭିଯୁକ୍ତମାନଙ୍କୁ ଜେରା ପାଇଁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri