Posted inଜାତୀୟ

ଟଙ୍କା ଲୋଭରେ ପ୍ରେମ-ଯୌନ ସମ୍ପର୍କ-ବିବାହ-ପ୍ରତାରଣା…

ଗ୍ବାଲିୟର,୭।୧ : ଟଙ୍କା ଲୋଭରେ ପ୍ରେମ,ଯୌନ ସମ୍ପର୍କ, ବିବାହ ଏବଂ ପ୍ରତାରଣା ସହିତ ଜଡିତ ଏକ ମାମଲା ମଧ୍ୟପ୍ରଦେଶର ଗ୍ବାଲିୟରରୁ ସାମ୍ନାକୁ ଆସିଛି। ଠକେଇର ଶିକାର ହୋଇଥିବା ପୀଡିତା ନ୍ୟାୟ ପାଇଁ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କର ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସ୍ଥାନୀୟ ଜନକଗଞ୍ଜ ପୋଲିସ ଷ୍ଟେଶନରେ ଏନେଇ ମାମଲା ରୁଜୁ ହୋଇଛି। ପୀଡିତା ଅଭିଯୋଗ କରିଛନ୍ତି ବିହାରର ଜଣେ ଯୁବକ ପ୍ରଥମେ ତାଙ୍କୁ ଭଲ ପାଉଥିବାର ବାହାନା କରିଥିଲେ ଏବଂ ତା’ପରେ ତାଙ୍କଠାରୁ କିଛି ଟଙ୍କା ଋଣ ମଧ୍ୟ ନେଇଥିଲେ। କେବଳ ଏତିକି ନୁହେଁ, ସେ ତାଙ୍କୁ ବିବାହ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ ଏବଂ ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ। କିନ୍ତୁ ପରେ ପୀଡିତାଙ୍କ ପାଖରେ ଥିବା ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଯୁବକ ଜଣକ ବିହାରର ବାସିନ୍ଦା ଗୌରବ ବୋଲି ଜଣାପଡିଛି।

ଜନକଗଞ୍ଜ ପୋଲିସ ଷ୍ଟେଶନ ଅଞ୍ଚଳରେ ରହୁଥିବା ୨୩ ବର୍ଷର ପୀଡିତା ପୋଲିସକୁ କହିଛି କିଛି ବର୍ଷ ପୂର୍ବେ ସେ ଦିଲ୍ଲୀର ଏକ ଏୟାର ହୋଷ୍ଟେସ ସେଣ୍ଟରରେ କାମ କରୁଥିଲେ। ସେହି ସ୍ଥାନରେ ବିହାରର ବାସିନ୍ଦା ଗୌରବ ତିୱାରୀ ସେହି ଅନୁଷ୍ଠାନରେ ଅଧ୍ୟୟନ କରୁଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ ମଧ୍ୟରେ ବନ୍ଧୁତା ବଢ଼ିଗଲା ଏବଂ ପରେ ଏହା ପ୍ରେମ ତଥା ଶାରୀରିକ ସମ୍ପର୍କରେ ପରିଣତ ହୋଇଥିଲା। ଗୌରବ ପୀଡିତାଙ୍କଠାରୁ ୩.୫ ଲକ୍ଷ ଟଙ୍କା ନେଇଥିବା ସେ ଅଭିଯୋଗ କରିଛନ୍ତି।

ପୋଲିସ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ୨୦୨୩ ମସିହା ମେ ୧ ରେ ଯେତେବେଳେ ଯୁବକ ଜଣକ ପୀଡିତାଙ୍କୁ ଭେଟିିଥିଲେ। ତାଙ୍କ ଘରେ କେହି ନ ଥିଲେ। ଏହାର ସୁଯୋଗ ନେଇ ଯୁବକ ଜଣକ ତାଙ୍କୁ ବଳାତ୍କାର କରିଥିଲେ। ଯେତେବେଳେ ପୀଡିତା ଏହି ଘଟଣାରେ ପୋଲିସ ନିକଟରେ ଅଭିଯୋଗ କରିବାକୁ କହିଥିଲେ, ଯୁବକ ଭୟଭୀତ ହୋଇ ପରଦିନ ତାଙ୍କୁ ସହରର ଏକ ଆର୍ଯ୍ୟ ମନ୍ଦିରକୁ ନେଇ ବିବାହ କରିବାର ବାହାନା କରିଥିଲେ।

ମାତ୍ର ପରେ ସେ ଟଙ୍କା ନେଇ ପଳାଇ ଯାଇଥିଲେ। ପୋଲିସ ଏନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

ଦିଲ୍ଲୀରେ ଭୀଷଣ ହେଉଛି ବାୟୂ ପ୍ରଦୂଷଣ, ଏୟାର୍ ପ୍ୟୁରିଫାୟର୍‌ରେ GST କମାଇବାକୁ ମନାକଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,,୨୬।୧୨: ଦିଲ୍ଲୀ ବାୟୁ ପ୍ରଦୂଷଣରେ ଲୋକେ ହନ୍ତସନ୍ତ ହେଉଛନ୍ତି। ସରକାରଙ୍କ ଅନେକ ପଦକ୍ଷେପ ସତ୍ତ୍ୱେ ଏଥିରେ ସୁଧାର ଆସୁ ନାହିଁ। ଫଳରେ ଲୋକେ କେବଳ ଅତ୍ୟାଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri