Posted inଖେଳ

ଗୁଜରାଟ, ଚେନ୍ନାଇର ବୃହତ୍‌ ବିଜୟ

ଭୁବନେଶ୍ୱର, ୯।୧ (ତପନ ସ୍ବାଇଁ): କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍‌ଟିମେଟ ଖୋ ଖୋ ର ଅନୁଷ୍ଠିତ ୨ଟି ମ୍ୟାଚରେ ଗୁଜରାଟ ଜାଏଣ୍ଟ୍ସ ଓ ଚେନ୍ନାଇ କୁଇକ୍‌ ଗନ୍ସ ବୃହତ୍‌ ବିଜୟ ହାସଲ କରିଛନ୍ତି। ଗୁଜରାଟ ୪୨-୨୨ ପଏଣ୍ଟରେ ତେଲୁଗୁ ଯୋଦ୍ଧାସ୍‌କୁ ଏବଂ ଚେନ୍ନାଇ ୪୨-୧୯ରେ ରାଜସ୍ଥାନ ଓ୍ବାରିୟର୍ସକୁ ପରାସ୍ତ କରିଛି। ଗୁଜରାଟ, ଯୋଦ୍ଧାସ୍‌ ଓ ଚେନ୍ନାଇ ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରି ସାରିଛନ୍ତି। ଚେନ୍ନାଇ ୯ ମ୍ୟାଚରୁ ୬ ବିଜୟ ସହ ୨୨ ପଏଣ୍ଟ ପାଇ ଟେବୁଲର ଶୀର୍ଷକୁ ଫେରିଛି। ଗୁଜରାଟ ୯ ମ୍ୟାଚରୁ ୬ ବିଜୟ ସହ ୨୧ ପଏଣ୍ଟ ପାଇଛି। ଅନ୍ୟପକ୍ଷରେ ଚଳିତ ସିଜନରେ ନିଜର ଶେଷ ଲିଗ୍‌ ମ୍ୟାଚ ଖେଳିଥିବା ତେଲୁଗୁ ଯୋଦ୍ଧାସ୍‌ ୧୦ ମ୍ୟାଚରୁ ୬ ବିଜୟ ସହ ୧୮ ପଏଣ୍ଟରେ ସ୍ଥିର ରହିଛି। ରାଜସ୍ଥାନ ୧୦ ମ୍ୟାଚରୁ ୧୦ ପରାଜୟ ସହ ଅଭିଯାନ ଶେଷ କରିଛି। ମଙ୍ଗଳବାର ଓଡ଼ିଶା ଜଗରନଟ୍ସ ଏହାର ଅନ୍ତିମ ଲିଗ୍‌ ମ୍ୟାଚରେ ମୁମ୍ବାଇ ଖିଲାଡିଜ୍‌କୁ ଭେଟିବ। ଏହି ମ୍ୟାଚ ଜିତି ଓଡ଼ିଶା ଜଗରନଟ୍ସ ପଏଣ୍ଟ ଟେବୁଲର ଶୀର୍ଷରେ ରହିବା ଆଶାରେ ରହିଛି। ବର୍ତ୍ତମାନ ଏହି ଦଳ ୯ ମ୍ୟାଚରୁ ୫ ବିଜୟ ସହ ୨୦ ପଏଣ୍ଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri