Posted inଜାତୀୟ

ଆଇଟି ବିଭାଗର ୧୦୦ରୁ ଅଧିକ ଅଧିକାରୀ ୬ ଦିିନ ଧରି ଖୋଜୁଛନ୍ତି କ’ଣ, କାହା ବିରୋଧରେ ସଂଗ୍ରହ ହେଉଛି ପ୍ରମାଣ ?…

ନୂଆଦିଲ୍ଲୀ,୯।୧ : ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ଆଇଟି ବିଭାଗର ୧୦୦ରୁ ଅଧିକ ଅଧିକାରୀ ବିଭିନ୍ନ ସ୍ଥାନରରେ ଚଢ଼ାଉ ଜାରି ରଖିଛନ୍ତି। ଚଢ଼ାଉ କୌଣସି ନେତା କିମ୍ବା ରାଜନେତାଙ୍କ ଘରେ ନୁହେଁ ବରଂ ବିଲଡରଙ୍କ ଘରେ ଚାଲିଛି। ଆୟକର ବିଭାଗର ଏହି ଚଢ଼ାଉ ବର୍ତ୍ତମାନ ପର୍ଯ୍ୟନ୍ତ ବିଲଡରଙ୍କ ବିରୋଧରେ ଆୟକର ବିଭାଗ ଦ୍ୱାରା ନିଆଯାଇଥିବା ସବୁଠାରୁ ବଡ ପଦକ୍ଷେପ ବୋଲି କୁହାଯାଉଛି। ଏହି ଚଢ଼ାଉ ୬ ଦିନ ପୂର୍ବରୁ ଆରମ୍ଭ ହୋଇଥିଲା, ଯାହା ଜାରି ରହିଛି । ମଙ୍ଗଳବାର ପରେ ଏହା ଆଉ କେତେ ଦିନ ଜାରି ରହିବ ସେ ସମ୍ବନ୍ଧରେ କୌଣସି ସୂଚନା ଆଇଟି ବିଭାଗ ପକ୍ଷରୁ ପ୍ରଦାନ କରାଯାଇ ନାହିଁ।

ଏହି ଚଢ଼଼ାଉରେ ଆୟକର ବିଭାଗ ୭୦୦ କୋଟିରୁ ଅଧିକ ମୂଲ୍ୟର କାରବାରର ଲିଙ୍କ୍‌ ପାଇଛି। କେବଳ ଏତିକି ନୁହେଁ ଆୟକର ବିଭାଗ ମଧ୍ୟ ୯ କୋଟି ଟଙ୍କା ମୂଲ୍ୟର ନଗଦ ଏବଂ ଅଳଙ୍କାର ଜବତ କରିଛି।

ବିଭାଗ ଅନେକ ଡକ୍ୟୁମେଣ୍ଟ ଏବଂ ଡିଜିଟାଲ ପ୍ରମାଣ ମଧ୍ୟ ଜବତ କରିଛି। ଆୟକର ବିଭାଗ ଗୁରୁବାର ଦିନ ଉତ୍ତରପ୍ରଦେଶର ନୋଏଡାରୁ ଏହି ଚଢ଼ାଉ ଆରମ୍ଭ କରିଥିଲା। ନୋଏଡା, ଦିଲ୍ଲୀ ଏବଂ ହରିୟାଣାର ଫରିଦାବାଦରେ ମୋଟ ୩୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri