ଶେଷ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ! ଏବେ ଦେଖିବା ପାଇଁ ଲାଗିବ ଭକ୍ତଙ୍କ ଭିଡ଼

ପୁରୀ,୧୧।୧: ଶେଷ ହୋଇଛି ଦୀର୍ଘ ଦିନର ଅପେକ୍ଷା। ରାତି ପାହିଲେ ଚୂଡାନ୍ତ ରୂପ ନେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହା ପୂର୍ବରୁ ଗୁରୁବାର ବସିଛି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସପି ଏବଂ କମିଟିର ଅନ୍ୟାନ୍ୟ ସଦସ୍ୟ ଉପସ୍ଥିତ ଥିଲେ। ବୈଠକରେ ପରେ ଗୁରୁବାର ରାତି ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ସରିବ ଏବଂ ଶୁକ୍ରବାର କାଲି ପ୍ରକଳ୍ପ ହସ୍ତାନ୍ତର ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ।

ମିଳିଥିବା ସୂଚନା ଅନୁଯାୟୀ ପରିକ୍ରମା ପ୍ରକଳ୍ପ ମଧ୍ୟରେ ୨୭ ଟି ମଠ ଏବଂ ତିନୋଟି ମନ୍ଦିରର ବାହ୍ୟ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସମାପ୍ତ ହୋଇଥିବାବେଳେ ଅନ୍ୟ ତିନୋଟି ମଠର କିଛି କାର୍ୟ୍ୟ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ ବୋଲି ସୂତ୍ରରୁ ଜଣାପଡିଛି। ଶୁକ୍ରବାରଠାରୁ ଗୁଆଟେକା ନୀତି ଏବଂ ଅଙ୍କୁରା ରୋପଣ କାର୍ଯ୍ୟକ୍ରମ ଆରମ୍ଭ ହେବ।

ଆସନ୍ତା ୧୭ ତାରିଖରେ ପରିକ୍ରମା ପ୍ରକଳ୍ପ ଉଦଘାଟନ ହେବା ପୂର୍ବରୁ ଜାନୁଆରୀ ୧୫, ୧୬, ଏବଂ ୧୭ରେ ବିଭିନ୍ନ ରୀତିନୀତି ଏବଂ ଆନୁଷଙ୍ଗିକ କାର୍ଯ୍ୟ କରାଯିବ ବୋଲି ମୁଖ୍ୟ ପ୍ରଶାସକ ରଂଜନ ଦାସ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଉଦଘାଟନୀ କାର୍ୟ୍ୟରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାକୁ ଆସୁଥିବାରୁ ଜିଲା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri